ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ତେରେସିଂହାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍କୁଲ କଲେଜ ଶିକ୍ଷାନୁଷ୍ଠାନ ମାନଙ୍କରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଛି l ସେହିପରି ତେରେସିଂହା ଗ୍ରାମର କୌଶିକ ବାବା +୩ ମହାବିଦ୍ୟାଳୟରେ ୧୦ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଛି l ଜାତୀୟ ସେବା ସଂଯୋଜକ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ରବି ମାଝୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଯୋଗ ଦିବସରେ ଅନେକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ l ନିଜ ପାଇଁ ତଥା ସମାଜ ପାଇଁ ଯୋଗ ର ଆବଶ୍ୟକତା ଉପରେ ଉପସ୍ଥିତ ଅତିଥି ମାନେ ଆଲୋକପାତ କରିବା ସହ ବିଭିନ୍ନ ପ୍ରକାର ଯୋଗ ଅଭ୍ୟାସ କରିଥିଲା l ଯୋଗ କୁ ନିଜ ଜୀବନ ଶୈଳୀ ର ଏକ ଅଂଶ ଭାବେ ଗ୍ରହଣ କରିବା ସମ୍ବନ୍ଧେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ଲିପ୍ସାମୟୀ ଦୁବେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇଥିଲେ l ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ ମାନସ ରଞ୍ଜନ ବାଗ, ଗ୍ରନ୍ଥାଗାରିକ ବସନ୍ତ କୁମାର ସାହୁ, କର୍ମଚାରୀ ଚମ୍ପୁଲାଲ ରଣା ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ପ୍ରଧାନମନ୍ତ୍ରୀ ଆପ୍ପରେଣ୍ଟିସିପି ମେଳା ୨୦୨୩ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ, ରାୟଗଡାରେ ଅନୁଷ୍ଠିତ

masiha

ଭାଗବତ ପାଠର ଉପାଦେୟତା ଆଲୋଚନାଚକ୍ର ଭାଗବତ ହେଉଛି ସମ୍ବେଦନଶୀଳର ଉନ୍ମୁକ୍ତ ଆକାଶ : ଡ ବେହେରା  ଚେତନାର ଉତ୍ତରଣ ଭାଗବତରେ ଥାଏ: ବିଜୟିନୀ 

Sunil Chandra Nayak

ନର୍ଲା ପଞ୍ଚାୟତ ସମିତି ସମେତ ବ୍ଲକ୍ ଅଧିନ ବିଭିନ୍ନ  ଅନୁଷ୍ଠାନ ତରଫରୁ ୭୪ତମ ଗଣତନ୍ତ୍ର ଦିବସ ପାଳିତ 

Sunil Chandra Nayak

Leave a Comment

error: Content is protected !!