ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧.୭.୨୦୨୪: // ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମା ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୮୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୮ଜଣ ଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

କାମାକ୍ଷାନଗରରେ ରକ୍ତଦାନ ଶିବିର 

masiha

ବିଦ୍ୟୁତ ବାଣିଜ୍ୟ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟରେ ଚାଷୀ ଅସନ୍ତୋଷ

Sunil Chandra Nayak

ରାଜ୍ୟସଭା ସାଂସଦ ନିରଞ୍ଜନ ବିସି ଜାତିଗତ ଜନଗଣନାକୁ କଲେ ସ୍ବାଗତ 

masiha

Leave a Comment

error: Content is protected !!