ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା, : କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ପୂର୍ବାହ୍ଣ ୧୦ ଘଟିକା ଠାରୁ ଅପରାହ୍ଣ ଘ ୧.୩୦ ମିନିଟ୍ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପୀତାମ୍ବର ସାମଲ, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପଜିଲ୍ଲାପାଳ ଅଶୋକ କୁମାର ଦାସ, ଜିଲ୍ଲାପରିଷଦର ଉପ-ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାସିନ୍ଧୁ ପରିଡ଼ା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡା ଅନୀତା ପଟ୍ଟନାୟକ, କେନ୍ଦ୍ରାପଡ଼ା ତହସିଲଦାର ତାପସ ଦେହୁରୀ ଓ ବିଡିଓ ବନ୍ଦନା ଖଟୁଆ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍‌ର ନିର୍ବାହୀ ଯନ୍ତ୍ରୀ ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ । 

ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୧୬୪ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥିମଧ୍ୟରୁ ୧୮ ଗୋଟି ସାମୁହିକ ଅଭିଯୋଗ ଏବଂ ୧୪୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୩୦ ହଜାର ଟଙ୍କା ୪ଜଣ ଆବେଦନକାରୀଙ୍କୁ ଦେବା ପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିବା ବେଳେ ରେଡ୍‌କ୍ରସ୍ ପାଣ୍ଠିରୁ ୩ଜଣ ଆବେଦନକାରୀଙ୍କୁ ଚିକିତ୍ସା ସହାୟତା ବାବଦରେ ମୋଟ୍ ୨୦ହଜାର ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ରାସନ୍‌କାର୍ଡ଼ ପ୍ରଦାନ, ବାର୍ଦ୍ଧକ୍ୟ ଭତା,ମଧୁବାବୁ ପେନସନ ଯୋଜନା, ଜମି ସମସ୍ୟା, ପିଏମ୍ କିସାନ୍‌, ଟ୍ରାଇ ସାଇକେଲ୍ ବ୍ୟାଟେରୀ ଗାଡ଼ି ପ୍ରଦାନ, ରାତ୍ର ଜଗୁଆଳି ନିଯୁକ୍ତି, ଜମି ସୀମା ନିର୍ଦ୍ଧାରଣ ଆଦି ଦରଖାସ୍ତଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ଗୋଚର ଜମିର ବେଆଇନ ବ୍ୟବହାର, ବିଦ୍ୟାଳୟ ଅର୍ଥ ଆତ୍ମସାତ, ଆୟତପୁର ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ସ୍ଥାନାନ୍ତର, ଜବରଦଖଲରେ ଥିବା ଜଳାଶ୍ରୟ ଜମିର ପୁନଃରୁଦ୍ଧାର, ନୂତନ ରାଜସ୍ୱ ଜମିଗଠନ, ଗ୍ରାମ୍ୟ ରାସ୍ତା ମରାମତି, ଚେକ୍ ଡ୍ୟାମ୍ ନିର୍ମାଣ, ଗ୍ରାମ୍ୟ ରାସ୍ତା ଅବରୋଧ ହଟାଇବା, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଗାଁ ସାଥୀମାନଙ୍କ ସମସ୍ୟା ସମାଧାନ, ଗିରି ଗୋବର୍ଦ୍ଧନ ନବୀକରଣ ଯୋଜନାରେ ହୋଇଥିବା ଅନିୟମିତା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଗୋକୁଆ ପଂଚାୟତ ହାଇସ୍କୁଲ୍‌ରେ ଶିକ୍ଷକ ନିଯୁକ୍ତି, ଚନ୍ଦନନଗର ଉନ୍ନୀତ ବିଦ୍ୟାଳୟର ଉନ୍ନତିମୂଳକ କାର୍ଯ୍ୟ ଆଦି ସମସ୍ୟାଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!!

Related posts

ଢେଙ୍କାନାଳ ସିଭିଲ କୋଟ ପରିଷଦରେ ୪ର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ 

masiha

“ମହାପ୍ରଭୁ ଜଗନ୍ନାଥ” କାର୍ଟୁନ ଚଳଚ୍ଚିତ୍ର ମୁକ୍ତିଲାଭ ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ଓ ମନ୍ଦିର ପ୍ରଶାସନଙ୍କୁ ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନର ଦାବି

Sunil Chandra Nayak

“ବିପ୍ଳବଙ୍କ ଏକଦଶାହରେ ଭାବ ପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି “

Sunil Chandra Nayak

Leave a Comment

error: Content is protected !!