ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟାଳୟର କନିଷ୍ଠ ସହାୟକଙ୍କ ଅବସରକାଳୀନ ସମ୍ୱର୍ଦ୍ଧନା ସଭା 

 ବିଦ୍ୟାଳୟର କନିଷ୍ଠ ସହାୟକଙ୍କ ଅବସରକାଳୀନ ସମ୍ୱର୍ଦ୍ଧନା ସଭା 

ରୁପ୍ରା, ୨/୭ (ମ ନି ସ) : ନର୍ଲା ବ୍ଲକ୍ ଅଧିନ ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ,ନର୍ଲାର କନିଷ୍ଠ ସହାୟକ ସୁବାଷ ଚନ୍ଦ୍ର ପଧାନଙ୍କ ଅବସରକାଳୀନ ସମ୍ୱର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଅର୍ଚ୍ଚନା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଲଳିତ ରଣା ଯୋଗଦାନ କରିଥିଲେ। ଏହି ଅବସରରେ କନିଷ୍ଠ ସହାୟକ ଶ୍ରୀଯୁକ୍ତ ପଧାନ ଓ ତାଙ୍କ ପତ୍ନୀ କ୍ଷୀତିସୂତା ପଧାନଙ୍କୁ ବିଦ୍ୟାଳୟ ପକ୍ଷରୁ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ମଞ୍ଚ ପରିଚାଳନା ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ତେଜରାଜ ସାହୁ ଓ ଶିକ୍ଷୟିତ୍ରୀ ଶିଲା ପ୍ରହରାଜ କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ସୁସ୍ମିତା ସୁନାମୁଦି ମାନପତ୍ର ପଠନ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ ଦାଶ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ କରିଥିଲେ।  

ଅଜୟ କୁମାର ସେନାପତି ଙ୍କ ରିପୋର୍ଟ୍ 

Related posts

୧- ଦଶୀପୁର ଅଞ୍ଚଳରେ ହାତୀ ଉପଦ୍ରବ ଧାନକ୍ଷେତ ଉଜୁଡ଼ିଲା,ଚିନ୍ତାରେ ଚାଷୀ , ୨- ନୂଆ ଏସପି ଏବେ ଆକ୍ସନ ମୁଡ୍‌ରେ,ନଷ୍ଟ କରାଗଲା ବିକଟାଳ ଶବ୍ଦ କରୁଥିବା ସାଇଲେନ୍ସର , ୩-ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ,୨ ଆହତ , ୪- ୪ ଗାଡ଼ି ଜବତ,୩୬ ହଜାର ଜରିମାନା ଆଦାୟ ନାବାଳକଙ୍କ ପାଇଁ ୨୫ ହଜାର ତଣ୍ଡ ଗଣିଲେ ଅଭିଭାବକ , ୫- ନୀତି ଆୟୋଗ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କଲେ କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ସୁଶ୍ରୀ ଶାଳିନୀ ପଣ୍ଡିତ , ୬- ପୋଲିସ ହେପାଜତ ରୁ ଖସି ପଳାଇବା ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ , ୭- ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ଢେଙ୍କାନାଳର ବୟସ୍କ ନାଗରିକଙ୍କ ସହ ଭାବ ବନ୍ଧନ କାର୍ଯ୍ୟକ୍ରମ , ୮- ୪୨ତମ ପିଙ୍ଗୁଆ କପ ୨0-୨0 କ୍ରିକେଟ ଟୁର୍ନାମେଣ୍ଟ  ୧୯ ଅକଟୋବର ୨0୨୬ରୁ ଉଦଘାଟନ , ୯- ସାପ କାମୁଡ଼ାରେ ବାଳିକା ର ମୃତ୍ୟୁ  , ୧୦- ଜିଲ୍ଲାପାଳ ,ଏସ ପି ଙ୍କ ଜନ ଶୁଣାଣି : ୧୦୦ ଟି ଅଭିଯୋଗରୁ ୬ ଟି ସମାଧାନ , ୧୧-ଆନ୍ତର୍ଜାତୀୟ ବାଳିକା ଶିଶୁ ଦିବସ ପାଳିତ , ୧୨- ବିଜେଡି ପକ୍ଷରୁ ନାଗିଆପଶି ପଞ୍ଚାୟତ କମିଟି ବୈଠକ, ୧୩- ସହିଦ ବାଜିରାଉତ ବଳିଦାନ ଦିବସ ପାଳିତ , ୧୪-ବିଜେଡି ସଦର ବ୍ଲକ କମିଟି ନୂତନ କର୍ମକର୍ତ୍ତା ଚୟନ ଓ ବୈଠକ , ୧୫ – ନିଜର ନେତ୍ର ଦାନ କରି ଉଦାହରଣ ସାଜିଲେ ଉଦୟ , ୧୬-ଅଜଗର ଉଦ୍ଧାର

Sunil Chandra Nayak

ଢେ଼ଙ୍କାନାଳରେ ୨୩ତମ ଜାତୀୟ ମତ୍ସ୍ୟ ଦିବସ ପାଳିତ 

Sunil Chandra Nayak

୨୫ ତମ କଳାହାଣ୍ଡି ଘୁମୁରା ଉତ୍ସବ ୨୦୨୩ ପାଳିତ

Sunil Chandra Nayak

Leave a Comment

error: Content is protected !!