ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହାରେ ବନ ମହୋତ୍ସବ ପାଳିତ

ତେରେସିଂହାରେ ବନ ମହୋତ୍ସବ ପାଳିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ “ବନ ମହୋତ୍ସବ” ପାଳିତ ହୋଇ ଯାଇଛି l ଏନ୍.ଏସ୍.ଏସ୍. ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ର ଅଧିକାରୀ ତଥା ରାଜନୀତି ବିଜ୍ଞାନ ଅଧ୍ୟାପକ ଶାନ୍ତନୁ ମହାଖୁଡ଼ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ଜୟନ୍ତ ବାଗ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ମୁକେଶ କୁମାର ବହିଦାର, ଆଭାଶ ଚନ୍ଦ୍ର ଆଚାର୍ଯ୍ୟ, ସୁବ୍ରତ କୁମାର ରଣା, ବରିଷ୍ଠ କିରାଣୀ ଦେବେନ୍ଦ୍ର ରଣା, ଡୋଳାମଣି ଗହୀର, ରାଧାମୋହନ ଗହୀର, ଏନ୍.ଏସ୍.ଏସ୍. ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ମହାଖୁଡ଼ଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରେ ଶତାଧିକ ମୂଲ୍ୟବାନ ବୃକ୍ଷ ରୋପଣ କରାଯାଇଥିଲା l ପ୍ରାରମ୍ଭିକ ସଭାରେ ଅଧ୍ୟକ୍ଷ ଶ୍ରୀ ବାଗ “ଗଛ ଆମର ବନ୍ଧୁ ଓ ମାଆ ପାଇଁ ଗଛଟିଏ” ବାର୍ତ୍ତା ଦେଇଥିଲେ l ଏହି କାର୍ଯ୍ୟକ୍ରମ ପରିବେଶ ସୁରକ୍ଷା ଦିଗରେ ପ୍ରଧାନ ଭୂମିକା ନେବ ବୋଲି ଉପସ୍ଥିତ ଅତିଥି ମାନେ ମତ ପ୍ରକାଶ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ପ୍ରକାଶ ପାଇଲା କବିତା ପ୍ରତିଯୋଗିତା ଫଳାଫଳ, ଗଞ୍ଜାମ ଜିଲ୍ଲାକୁ ମିଳିଲା ପ୍ରଥମ ସ୍ଥାନ

ସରିଆଁ ଉ.ପ୍ରା.ବିଦ୍ୟାଳୟରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ

masiha

ଗୋଦାବରୀଶ ସାଂସ୍କୃତିକ କଳା ପରିଷଦ ର ବୋଇତ ବନ୍ଦାଣ ଉତ୍ସବ 

masiha

Leave a Comment

error: Content is protected !!