ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଲ୍ୟାଣସିଂପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

କଲ୍ୟାଣସିଂପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 ରାୟଗଡ/କଲ୍ୟାଣସିଂପୁର : ତା ୦୯/୦୭- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣ ସିଂପୁର ବ୍ଲକ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ,ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ ଜିଲ୍ଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଜୟ ନାୟକ, ପଞ୍ଚାୟତ ସମିତି ଅଧ୍ୟାକ୍ଷା,ଶ୍ରୀମତୀ ଅମ୍ରିତା କଦ୍ରାକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୫୫ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୪୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ୧୩ଟି ଥିଲା l ଜିଲ୍ଲାପାଳ ଜଣକୁ ୫ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକ,ରାୟଗଡ,ଜିଲ୍ଲା ମଙ୍ଗଳ ଅଧିକାରୀ,ଭାରତ ଭୂଷଣ ବିଶ୍ୱାଳ, ରାୟଗଡ ପିଡି ୱାଟରସେଡ ଡ଼ଃ ଦୟାନିଧି ବାଘ, ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ ,ଜିଲ୍ଲା କୃଷି ଅଧିକାରୀ ସୁମନସିଂ ପଟ୍ଟନାୟକ, ବିଡ଼ିଓ କଲ୍ୟାଣ ସିଂପୁର ମନୀଷା ଦାଶ, ତହସିଲଦାର କଲ୍ୟାଣ ସିଂପୁର ରଞ୍ଜନ ମନସେଠ,ସହକାରୀ ଯନ୍ତ୍ରୀ ରାସ୍ତା ଓ ଗୃହ, ଗ୍ରାମ୍ୟ ଜଳଯୋଗାଣ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ,ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ,ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ,ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଓରମାସର ଡେପୁଟି ସିଇଓ ମନୋଜ କୁମାର ପାତ୍ର,ଓଡିଶା ଜୀବିକା ମିଶନର ଡିପିଏମ ହେମନ୍ତ ବାଗ, କଲ୍ୟାଣ ସିଂପୁର ଥାନା ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ବ୍ଲକସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

  

Related posts

ବିଷାକ୍ତ ସାପ କାମୁଡ଼ିବାରୁ ସିନାମାଳ ଗ୍ରାମର ନାବାଳିକା ଗୁରୁତର

Sunil Chandra Nayak

ସାଇବର ସଚେତନତା କାର୍ଯ୍ୟକ୍ରମ

masiha

ସ୍ୱାୟତ୍ତ ଶାସନ ଦିବସରେ କିନ୍ନର ମାନଙ୍କୁ ସମର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!