ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ମୋଟ ୩୧ ଟି ଅଭିଯୋଗ ର ହେଲା ଶୁଣାଣୀ

 ମୟୂରଭଞ୍ଜ :ତା ୦୯-୦୭-୨୦୨୪( ମସିହା )ରିଖ. // ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି.।ବାମନଘାଟୀ ଉପ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶ ଙ୍କ ତତ୍ତ୍ଵlବଧାନରେ ଅନୁଷ୍ଠିତ ଉକ୍ତ ଜନ ଶୁଣାଣି ଶିବିର ରେ ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର ଅଧ୍ୟକ୍ଷତା କରିଥିବା ବେଳେ ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ ଯୋଗ ଦେଇଥିଲେ.।

ପ୍ରାରମ୍ଭ ରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.।ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୩୧ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୨୬ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୦୫ ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା ।

 ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।.ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଜିଲ୍ଲା ଶିକ୍ଷା ଅଧିକାରୀ, ମୟୁରଭଞ୍ଜ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ମାନେ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍

Related posts

ରକ୍ତଦାନ ସେବାରେ ବ୍ରତୀ ସମାଜସେବୀ ଇଂ.ଅବିନାଶ ଦାସ 

masiha

ଉମରକୋଟ ପୂଜାରୀ ଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଝରିଗାଁ ବିଧାୟକ ଙ୍କ ପ୍ରତିନିଧି ହେଲେ ଲବ କୁମାର ଦତ୍ତ 

masiha

Preparatory Meeting Held for the Celebration of the 3rd Death Anniversary of Smt.Sanjukta Devi.

Sunil Chandra Nayak

Leave a Comment

error: Content is protected !!