ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ  “ଏକ ପେଡ ମା କେ ନାମ “ଅନୁଷ୍ଠିତ 

ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ 

“ଏକ ପେଡ ମା କେ ନାମ “ଅନୁଷ୍ଠିତ 

ରାୟଗଡା:- ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ସ୍ଥିତ ପଥପ୍ରାନ୍ତ ଆବାସ ସ୍ଥଳ (ଯାଯାବର) ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ବର୍ଷ ଏହି ପବିତ୍ର କାର୍ଯକ୍ରମ ଟି “ ମାଁ ନାମରେ ବୃକ୍ଷ ଟିଏ” କ୍ରମରେ ପ୍ରତ୍ୟେକ ବ୍ୟକ୍ତି ବିଶେଷ ଏହି ବର୍ଷ ନିଜ ନିଜ ମାଁ ଙ୍କ ନାମରେ ଗୋଟିଏ ଗୋଟିଏ ବୃକ୍ଷ ରୋପଣ କରିବାକୁ ସରକାରଙ୍କ ତରଫରୁ ଅନୁରୋଧ କରାଯାଇ ଅଛି । ଉକ୍ତ କାର୍ଯକ୍ରମ ରେ ମୁଖ୍ୟ ଅତିଥି ଭାବରେ ଜଗତ ଜୀବନ ବଗର୍ତି,ଡ଼ଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥାର ସ୍ୱତନ୍ତ୍ର ଅଧିକାରୀ  ଯୋଗଦାନ କରି ନିଜ କରକମଳ ରେ ଏକ ବୃକ୍ଷ ଚାରା ନିଜ ମାଁ ନାମରେ ରୋପଣ କରିଥିଲେ l

 ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଉପନିର୍ଦ୍ଧେଶକ ସୂଚନା ଓ ଲକସମ୍ପର୍କ ବିଭାଗ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, କାର୍ଯ୍ୟକ୍ରମର ଆୟୋଜକ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ଭଗବାନ ଖରା, ଓପିଲିପିର ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢ଼ୀ, ଡିକେଡିଏ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଗୋଟିଏ ଗୋଟିଏ ଚାରା ରୋପଣ କରିଥିଲେ l 

 ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ୭୧ ତମ ସର୍ବଭାରତୀୟ ସମବାୟ ମହୋତ୍ସବ 

masiha

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ସଚିବ ତଥା ଜିଲ୍ଲା ନୋଡାଲ ଅଧିକାରୀଙ୍କ ତିନିଦିନିଆ ରାୟଗଡ ଜିଲ୍ଲା ଗସ୍ତ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ଓ ସମୀକ୍ଷା

Sunil Chandra Nayak

ଡିଏଭି ବିଦ୍ୟାଳୟ ରେ ଉତ୍ସବ 

masiha

Leave a Comment

error: Content is protected !!