ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ରାୟଗଡ/ଗୁଣପୁର : ତା ୧୫/୦୭/୨୦୨୪ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ, ଗୁଣପୁର କୀରନଦୀପ କୌର ସହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୩୯ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୨୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୦ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୦୪ ଜଣକୁ ୫ହଜାର ହିସାବରେ ୨୦ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକ,ରାୟଗଡ,ଜିଲ୍ଲା ମଙ୍ଗଳ ଅଧିକାରୀ,ଭାରତ ଭୂଷଣ ବିଶ୍ୱାଳ, ରାୟଗଡ ପିଡି ୱାଟରସେଡ ଡ଼ଃ ଦୟାନିଧି ବାଘ, ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ , ବିଡ଼ିଓ, ଗୁଣପୁର ଶୁଭ୍ରାଂଜଳି ପ୍ରଧାନ ତହସିଲଦାର ଗୁଣପୁର ଲୀଳାବତୀ ଆଚାର୍ଜି, ସହକାରୀ ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ କୋଠାବାଡି ରବି ପ୍ରସାଦ ଶର୍ମା, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ,ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ଡେପୁଟି କଲେକ୍ଟର ମଧୁସୂଦନ ମାଝୀ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ,ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ପ୍ରୋଗ୍ରାମ ଅଧିକାରୀ ବି କୋମଲାଙ୍ଗୀ,ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଓରମାସର ଡେପୁଟି ସିଇଓ ମନୋଜ କୁମାର ପାତ୍ର,ଓଡିଶା ଜୀବିକା ମିଶନର ଡିପିଏମ ହେମନ୍ତ ବାଗ, ଗୁଣପୁର ଥାନା ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

   

Related posts

ମାନବ ପାଇଁ ବିଜ୍ଞାନ,ସମାଜ ପାଇଁ ଵିଜ୍ଞାନ,ଚିନ୍ତାରେ ବିଜ୍ଞାନ : ପ୍ରତି ଗ୍ରାମେ ଗ୍ରାମେ ବିଜ୍ଞାନ, ପ୍ରତି ଗୃହେ ଗୃହେ ବିଜ୍ଞାନ : ଭାରତରେ ବିଜ୍ଞାନ ପାଇଁ ପଦଯାତ୍ରା -୨୦୨୫ ଓ ବିଜ୍ଞାନ ଆଲୋଚନାଚକ୍ର ଭୁବନରେ ଅନୁଷ୍ଠିତ

Sunil Chandra Nayak

ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ବିଜେପି ତରଫରୁ ସେବା ପକ୍ଷ ଅବସରରେ ବିଶାଳ ରକ୍ତଦାନ ଶିବିର,ଉପଖଣ୍ଡ ଚିକିତ୍ସାଳୟରେ ୧୩୫ ୟୁନିଟ୍ ରକ୍ତ ସଂଗ୍ରହ

Sunil Chandra Nayak

ପ୍ରଧାନମନ୍ତ୍ରୀ ଙ୍କ ଆଦର୍ଶ ଗ୍ରାମରେ ଗ୍ରାମସଭା ଅନୁଷ୍ଠିତ

masiha

Leave a Comment

error: Content is protected !!