ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଡାବୁଗାଁରେ ବାହୁଡା ଯାତ୍ରା ପାଳିତ 

ଡାବୁଗାଁରେ ବାହୁଡା ଯାତ୍ରା ପାଳିତ 

ଡାବୁଗାଁ, ୧୫/୭ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ବାହୁଡା ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି | ଆଜି ସକାଳୁ ଗୁଣ୍ଡିଚା ମନ୍ଦିରରେ ୩ ଠାକୁର ଙ୍କ ରୀତିନୀତି ପରେ ପହଣ୍ଡି କରି ରଥକୁ ନିଆଯାଇଥିଲା | ପୂଜକ ନବୀନ ପାଢୀ ପୂଜାର୍ଚ୍ଚନା କରିଥିଲେ | ଏଥିରେ ଦଇତାପତି ଭାବେ ସନତ କୁମାର ନାୟକ, ନୀଳକଣ୍ଠ ମହାପାତ୍ର, ତ୍ରିନାଥ ଦାଶ, କୃଷ୍ଣଚନ୍ଦ୍ର ପଣ୍ଡା ଓ ପ୍ରଦୀପ ସାହୁ ପ୍ରମୁଖ ଅପରାହ୍ନ ୨ ଘ. ସମୟରେ ୩ ଠାକୁରଙ୍କୁ ପହଣ୍ଡି କରାଇଥିଲେ | ଡାବୁଗାଁ ମନ୍ଦିର ପରିଚାଳନା କମିଟି ଉପସଭାପତି ଜି. ଭେଙ୍କେଟଶ୍ଵର ରାଓ ରାଜା ଭାବେ ରଥରେ ଛେରା ପହଁରା କରିଥିଲେ | କୁନୁ ପାତ୍ର ଡାହୁକ ଡାକ ବ ଦେବାପରେ ଭକ୍ତମାନେ ରଥ ଟାଣି ନେଇଥିଲେ | ଭଗବାନ ଖୁଣ୍ଟିଆ ନନ୍ଦିଘୋଷ ରଥର ସାରଥି ଦାୟିତ୍ଵ ନିର୍ବାହ କରିଥିଲେ | ସନ୍ଧ୍ୟା ୭ ଘ. ରେ ରଥ ଶ୍ରୀମନ୍ଦିର ପହଞ୍ଚିଥିଲା | ଏଥିରେ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ | ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ସବଇନିସ୍ପେକ୍ଟର ବିଜୁରାମ ବାଗ, ଏଏସଆଇ ଚନ୍ଦ୍ରଶେଖର ହଜାରୀଙ୍କ ସମେତ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା | ରଥ ଅଧା ରାସ୍ତାରେ ରହିଥିବା ବେଳେ ବର୍ଷା ହୋଇଥିଲା କିନ୍ତୁ ଭକ୍ତମାନେ ବର୍ଷା ରେ ଭିଜି ରଥ ଟାଣିଥିଲେ | ଏହା ସହ ଡାବୁଗାଁ ବ୍ଲକର ଚଚରାଗୁଡା ପଞ୍ଚାୟତ ଅଧୀନ ପୋଖନାଗୁଡା ଗ୍ରାମରେ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ତେନ୍ତୁଳିଖୁଣ୍ଟି ବ୍ଲକର ବିଭିନ୍ନ ସ୍ଥାନରେ ରାମ ନବମୀ ପାଳିତ

Sunil Chandra Nayak

ରାଇରଙ୍ଗପୁରରେ ପହଣ୍ଡି ବିଜେ ପରେ ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

Sunil Chandra Nayak

ନୂଆ ଆଳତୁମା ଗ୍ରାମରେ ଦୋଳ ଯାତ୍ରା 

Sunil Chandra Nayak

Leave a Comment

error: Content is protected !!