ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ପରିସରରେ “ହୋନର ରୋଲ-୨୦୨୪” ପାଳିତ

ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ପରିସରରେ “ହୋନର ରୋଲ-୨୦୨୪” ପାଳିତ

ଭବାନୀପଟଣାର ବାନ୍ଦୋପୋଲା ସ୍ଥିତ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ପରିସରରେ ସି.ବି.ଏସ.ଇ, ସି.ଏଚ.ଏସ.ଇ, ଡିଗ୍ରୀ, ବି.ବି.ଏ, ବି.ସି.ଏ, ବିଭାଗରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ଵ ନମ୍ବର ରଖି କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନେଇ ଏକ ସମ୍ବର୍ଦ୍ଧନା ଉତ୍ସବ “ହୋନର ରୋଲ -୨୦୨୪” ପାଳିତ ହୋଇ ଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନର ମୁଖ୍ୟ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଡି. ନାଗେଶ୍ଵର ରାଓ, ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ଭବାନୀପାଟଣା ନିର୍ଦ୍ଦେଶକ ଡି. ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଡି. ରାମ କୁମାର, ଏକାଡେମିକ୍ ଇନଚାର୍ଜ ଡି. ବିଜୟା, ପରିଚାଳନା ମଣ୍ଡଳୀ ସଦସ୍ୟ ଡି. ପଦ୍ମିନୀ, ଓ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ ଭବାନୀପାଟଣା ର ସମସ୍ତ ବିଭାଗର ଅଧ୍ୟକ୍ଷ ପ୍ରମୁଖ ମଞ୍ଚାସୀନ ଥିଲେ ।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଯୁବରାଜ ନାୟକ ଅତିଥିଙ୍କ ପରିଚୟ ପ୍ରଦାନ ଓ ସ୍ଵାଗତ ଭାଷଣ ଦେଇଥିଲେ । ସମସ୍ତ ଅତିଥିଗଣ ନିଜ ନିଜ ବକ୍ତବ୍ୟରେ କୃତି ବିଦ୍ୟାର୍ଥୀ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ । ୭୦ ଜଣ କୃତି ବିଦ୍ୟାର୍ଥୀ ଓ ଅଭିଭାବକଙ୍କୁ ବିକାଶ ସ୍ମାରକୀ ଫଳକ ସହ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପରିଶେଷରେ ବି.ବି.ଏ, ବି.ସି.ଏ ବିଭାଗର ଅଧ୍ୟକ୍ଷ ଡ. ସୁଦୀପ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଅଧ୍ୟାପକ ଅଧ୍ୟାପିକା ଓ ସମସ୍ତ କର୍ମଚାରୀଙ୍କ ସହଯୋଗ ରହିଥିଲା ।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

ଯୁବ ରେଡକ୍ରସ ର ନବରଙ୍ଗପୁର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୫ ଅନୁଷ୍ଠିତ

Sunil Chandra Nayak

ବସ୍ତା ଅଞ୍ଚଳ ର ସମାଚାର

masiha

ଫାତୁ ମେମୋରିଆଲ ଏକାଡେମୀ ଉଚ୍ଚବିଦ୍ୟାଳୟରେ ଗୁରୁ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!