ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ୱାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ୱାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର,2/8: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ୱାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବରିଷ୍ଠ ପ୍ରଫେସର ତଥା ବରିଷ୍ଠ ସାମ୍ୱାଦିକ, ସ୍ତମ୍ଭକାର ଡକ୍ଟର ପ୍ରଦୀପ ମହାପାତ୍ରଙ୍କର ପରଲୋକ ଘଟିଛି। ଗତକାଲି ରାତ୍ର 2.10 ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ 69 ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ଡକ୍ଟର ମହାପାତ୍ରଙ୍କ ମୃତୁ୍ୟଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ମନୋଜ ମଞ୍ଜରୀ ପଟ୍ଟନାୟକ ଓ ସମ୍ପର୍କୀୟବର୍ଗ ଉପସ୍ଥିତ ଥିଲେ।

ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର ଶୋକ

ବ୍ରହ୍ମପୁର : ଅବସରପ୍ରାପ୍ତ ପ୍ରଫେସର ଡ଼. ପ୍ରଦୀପ ମହାପାତ୍ରଙ୍କ ପରଲୋକ ଖବର ପାଇବା ପରେ ନବୀନ କାର୍ଯ୍ୟାଳୟରେ ଏକ ଶୋକସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନବୀନର ସମ୍ପାଦକ ରବି ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ତ୍ରିପାଠୀ, ଡ଼. ଡ଼ମ୍ୱରୁଧର ସାହୁ, କରମ୍ଭା କମାଣ୍ଡୋ ଅଧ୍ୟକ୍ଷ ରାମକୃଷ୍ଣ ପାତ୍ର, ନବୀନର ପ୍ରକାଶିକା ମଞ୍ଜୁ ରଥ, ସମ୍ପାଦକ ସୁଶାନ୍ତ କର, ଶିକ୍ଷାବିତ୍‌‍ ରଂଜନ କୁମାର ସାହୁ, ସାମ୍ୱାଦିକ ପବିତ୍ର ଚୌଧୁରୀ, ଅନନ୍ତ ଜେନା ପ୍ରମୁଖ ଉପସ୍ଥିତ ରହି ସ୍ଵର୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗ ପ୍ରତି ସମବେଦନା ଜ୍ଞାପନ କରିଥିଲେ।

ନବୀନର ସମ୍ପାଦକ ଶ୍ରୀ ରଥ ତାଙ୍କ ଭାଷଣରେ ସ୍ଵର୍ଗତ ମହାପାତ୍ରଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରି ବ୍ରହ୍ମପୁରର ଇତିହାସ ପାଇଁ ସେ ସବୁଦିନ ସ୍ମରଣୀୟ ହୋଇ ରହିବେ ବୋଲି କହିଥିଲେ।

ଡ଼. ମହାପାତ୍ରଙ୍କ ବିୟୋଗରେ ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ପ୍ରେମ୍‌‍ ସଭାପତି ଜାକୋବ୍‌‍ ଥୁଣ୍ଡ୍ରିଲ, ବିଶିଷ୍ଟ ପରିବେଶବିତ୍‌‍ ପ୍ରଫୁଲ୍ଲ ସାମନ୍ତରା, କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟର ସାମ୍ୱାଦିକ ଓ ଗଣ ଯୋଗାଯୋଗ ବିଭାଗର ଅଧ୍ୟାପକ ପ୍ରଦୋଷ କୁମାର ରଥ, ଶୋଭାର ସମ୍ପାଦକ ସଞ୍ଜିତ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

Related posts

ନୂଆପଡାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷା କମିଟୀ ଓ ଆମ ବସ୍ ଷ୍ଟାଣ୍ଡ ନୋଡାଲ କମିଟି ବୈଠକ ଅନୁଷ୍ଠିତ

masiha

ରାମନଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

masiha

ମା ର ମମତା ଆଗରେ ହାରମାନଛି ସରକାର

Leave a Comment

error: Content is protected !!