ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ

ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ : ପୋଖରୀରେ ବୁଡ଼ି ଚାଲିଗଲା ଜଣକ ଜୀବନ

କନ୍ଧମାଳ :୦୩/୦୮:(ମନିସ): ଗୋଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଅଞ୍ଚଳରେ । ମୃତକ ମହାସିଙ୍ଗି ଗ୍ରାମର ଭକ୍ତରାମ ପୁଜାରୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଭକ୍ତରାମ ସବୁଦିନ ଭଳି ଶନିବାର ମଧ୍ୟ ବିଲରୁ କାମ ସାରି ଗେଗୁର ପଦର ନିକଟସ୍ଥ ଡିଗୁରିସାହି ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ହେଲେ ଗାଧୋଇବାକୁ ପୋଖରୀ ଭିତରକୁ ପଶିବା ବେଳେ କୌଣସି କାରଣରୁ ପୋଖରୀରେ ବୁଡ଼ି ଯାଇଥିଲେ ଭକ୍ତରାମ । କିଛି ସମୟ ପରେ ଅଞ୍ଚଳର କିଛି ଲୋକେ ସେହି ପୋଖରୀକୁ ଗାଧୋଇବାକୁ ଯିବା ବେଳେ ଭକ୍ତରାମଙ୍କ ଶବ ପାଣିରେ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେବା ସହ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଓ ପୋଲିସ ବିଭାଗ କୁ ଜଣାଇଥିଲେ । ଖବରପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ପୋଖରୀରୁ ଶବ ଉଦ୍ଧାର କରିବା ପରେ ବାଲିଗୁଡ଼ା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଭକ୍ତରାମଙ୍କ ପ୍ରକୃତ ମୃତ୍ୟୁର କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବା ବେଳେ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି ପୋଲିସ୍ । ସେପଟେ ମୃତକଙ୍କ ଗରିବ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ସରକାରଙ୍କୁ ନିବେଦନ କରିଛନ୍ତି ମହାସିଙ୍ଗି ସରପଞ୍ଚ ରଞ୍ଜିତ ମଲ୍ଲିକ । ପୋଖରୀର ପାହାଚରେ ଶିକୁଳି ଲାଗିଛି । ଏଣୁ ଶିକୁଳିରେ ଗୋଡ଼ ଖସି ପୋଖରୀରେ ବୁଡ଼ି ଭକ୍ତରାମଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି ବୋଲି ବାଲିଗୁଡ଼ା ଅଗ୍ନିଶମ ଭାରପ୍ରାପ୍ତ ଅଧିକାରୀ ସୁକାନ୍ତ ବାରିକ୍ ପ୍ରକାଶ କରିଛନ୍ତି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ 

masiha

ବିଜୁ ପଟ୍ଟନାୟକ ଜୟନ୍ତୀ ଅବସରରେ ଶୁଭାରମ୍ଭ ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ମେଳା

Sunil Chandra Nayak

ତେନ୍ତୁଳିଖୁଣ୍ଟି ବ୍ଲକ ପାଇଁ ଗୌରବ ଆଣିଲେ ବିଶ୍ଵଜିତ 

Sunil Chandra Nayak

Leave a Comment

error: Content is protected !!