ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ 

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ 

    ଡାବୁଗାଁ, ୫/୭ (ମ.ନି.ସ.)- ଶ୍ରାବଣ ମାସର ୩ୟ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୧୫ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା |

ଡାବୁଗାଁ ରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଗାୟତ୍ରୀ ଚେତନା କେନ୍ଦ୍ର, ରାଇଘର ଠାରେ ଗର୍ଭ ସଂସ୍କାର ସମାପନ

masiha

ଯୁଡିଆ ଛକରେ ଗିରି ଗୋବର୍ଦ୍ଧନ ପୂଜା ମହାସମାରୋହରେ ପାଳିତ

Sunil Chandra Nayak

ମାଁ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରା ଅନୁଷ୍ଠିତ

masiha

Leave a Comment

error: Content is protected !!