ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରାଇରଙ୍ଗପୁର ଠାରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ମୋଟ ୧୯ ଟି ଅଭିଯୋଗ ର ହେଲା ଶୁଣାଣୀ

 ମୟୂରଭଞ୍ଜ :ତା ୦୫-୦୮ ( ମସିହା)ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି.।

ବାମନଘାଟୀ ଉପ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶ ଙ୍କ ତତ୍ତ୍ଵlବଧାନରେ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଉମା ଶଙ୍କର ମହାରଣା ,ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ, ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ର ଅଧିକ୍ଷକ ଶ୍ରୀ ରବୀନ୍ଦ୍ର କୁମାର ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ .।

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୯ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୧୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୦୪ ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା ।ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ଭେଷଜ ରମ୍ଭାବତୀ ମହାବିଦ୍ୟାଳୟରେ ନୂଆ’ଓ’ କାର୍ଯ୍ୟକ୍ରମ ଉଦଯାପିତ

masiha

ନୂଆପଡା ରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା , ଦେଶପ୍ରେମ ଧ୍ୱନି ରେ ସହର ମୁଖରିତ 

masiha

ଜନମ ନେଇଛି କାନ୍ଦିବା ପାଇଁ ନାଟକ ମଞ୍ଚସ୍ଥ 

Sunil Chandra Nayak

Leave a Comment

error: Content is protected !!