ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଅନାସ୍ଥା ପ୍ରସ୍ତାବ ଡ୍ରାମା  ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌,ହାରିଗଲେ ଅଧ୍ୟକ୍ଷା

ଅନାସ୍ଥା ପ୍ରସ୍ତାବ ଡ୍ରାମା 

ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌,ହାରିଗଲେ ଅଧ୍ୟକ୍ଷା

କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ ପ୍ରକାଶ କରିଛନ୍ତି। ଏଥିରେ ବିଜେଡିର ୧୮ କାଉନସିଲର ସମେତ ଭାଜପା ଓ କଂଗ୍ରେସର ଜଣେ ଲେଖାଏ କାଉନସିଲର ରହିଥିଲେ। ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ହାରିବା ପରେ କାଉନସିଲରମାନେ ବାଣ ଫୁଟାଇ ସ୍ଥାନୀୟ ପୌରପାଳିକା ଆଗରେ ଖୁସି ଜାହିର କରିଛନ୍ତି। ଏହା ସମସ୍ତ କାଉନସିଲର ଏକତାର ବିଜୟ ବୋଲି କହିଛନ୍ତି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ। ଅନ୍ୟପକ୍ଷରେ ବିଜେଡି ପୌରାଧ୍ୟକ୍ଷା ପାଇଁ ବିଜେଡି କାଉନସିଲର କାଳ ସାଜିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବ୍ରହ୍ମଗିରି ଅଞ୍ଚଳରେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା  ରାଜ୍ୟରେ ମହିଳା ଓ ଶିଶୁଙ୍କ ସୁରକ୍ଷା ବିପର୍ଯ୍ୟସ୍ତ: ବିଜେଡି

Sunil Chandra Nayak

୨୦୦ ୟୁନିଟ ପର୍ଯ୍ୟନ୍ତ ଦେୟମୁକ୍ତ ବିଜୁଳି ହେଉଛି ସାରା ଓଡ଼ିଶାର ନ୍ୟାର୍ଯ୍ୟଦାବି

ପଂଚାୟତ ରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ଭାବେ ପାଳନ କରୁଛି କାମାକ୍ଷାନଗର ବିଜେପି

Sunil Chandra Nayak

Leave a Comment

error: Content is protected !!