ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଅନାସ୍ଥା ପ୍ରସ୍ତାବ ଡ୍ରାମା  ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌,ହାରିଗଲେ ଅଧ୍ୟକ୍ଷା

ଅନାସ୍ଥା ପ୍ରସ୍ତାବ ଡ୍ରାମା 

ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌,ହାରିଗଲେ ଅଧ୍ୟକ୍ଷା

କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ ପ୍ରକାଶ କରିଛନ୍ତି। ଏଥିରେ ବିଜେଡିର ୧୮ କାଉନସିଲର ସମେତ ଭାଜପା ଓ କଂଗ୍ରେସର ଜଣେ ଲେଖାଏ କାଉନସିଲର ରହିଥିଲେ। ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ହାରିବା ପରେ କାଉନସିଲରମାନେ ବାଣ ଫୁଟାଇ ସ୍ଥାନୀୟ ପୌରପାଳିକା ଆଗରେ ଖୁସି ଜାହିର କରିଛନ୍ତି। ଏହା ସମସ୍ତ କାଉନସିଲର ଏକତାର ବିଜୟ ବୋଲି କହିଛନ୍ତି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ। ଅନ୍ୟପକ୍ଷରେ ବିଜେଡି ପୌରାଧ୍ୟକ୍ଷା ପାଇଁ ବିଜେଡି କାଉନସିଲର କାଳ ସାଜିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବିଜେପି ଯୁବ ମୋର୍ଚ୍ଚା ଉତ୍ତର ବାଲେଶ୍ୱର ଜିଲ୍ଲା କମିଟି ଘୋଷିତ 

Sunil Chandra Nayak

ନାମାଙ୍କନ ଦାଖଲ କଲେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ଦିଶାରୀ  

masiha

ନ୍ୟାୟ ଦାବିରେ ସରପଞ୍ଚ ଚାମେଲୀ ଓଝାଙ୍କ ଆମରଣ ଅନଶନ: ସମର୍ଥନ ଜଣାଇଲା ଆମ୍ ଆଦମୀ ପାର୍ଟି

Sunil Chandra Nayak

Leave a Comment

error: Content is protected !!