ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ରେ ୭୮ତମ ସ୍ଵାଧୀନତା ଦିବସ ପାଳିତ ହୋଇ ଯାଇଛି । ଉକ୍ତ ଉତ୍ସବରେ ଶ୍ରୀ ପ୍ରଭୁଦତ୍ତ ହିମାଂଶୁ ମିଶ୍ର ଓଡ଼ିଶା ଫରେଷ୍ଟ ସର୍ଭିସ୍ କଞ୍ଜରଭେଟର ଅଫ ଫରେଷ୍ଟ ଉତ୍ତର ବନଖଣ୍ଡ , କଳାହାଣ୍ଡି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମୂହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ସମ୍ମାନିତ ଅତିଥି ଭାବେ ଶିକ୍ଷା ପ୍ରଭାରୀ ଡି.ବିଜୟା, ପରିଚାଳନା କମିଟି ସଦସ୍ୟା ଶ୍ରୀମତୀ ଡି.ପଦ୍ମିନୀ, ବି.ବି. ଏ, ବି.ସି. ଏ ବିଭାଗର ଅଧ୍ୟକ୍ଷ ଡ଼ ସୁଦୀପ୍ତ ଜେନା, ବିକାଶ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ ଆଦିତ୍ୟ ପଟ୍ଟନାୟକ , ବିକାଶ ନର୍ସିଂ କଲେଜ ଅଧ୍ୟକ୍ଷା କେ.ଜୟଶ୍ରୀ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର, ବିକାଶ ଆବାସିକ ବିଦ୍ୟାଳୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି , ଜେନେରାଲ ମ୍ୟାନେଜର ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ମଞ୍ଚାସିନ ଥିଲେ । ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର ସ୍ବାଗତ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷା କେ.ଜୟଶ୍ରୀ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । ବିକଶିତ ଭାରତକୁ ଦୃଷ୍ଟିରେ ରଖି ଆମକୁ ଦୂର ଦୃଷ୍ଟି ସମ୍ପନ୍ନ ହୋଇ ଦେଶର ଉନ୍ନତିରେ ଭାଗୀଦାର ହେବାକୁ ଅତିଥିଗଣ ତାଙ୍କ ବକ୍ତବ୍ୟରେ ଗୁରୁତ୍ୱ ଆରୋପ କରିଥିଲେ । ପ୍ୟାରେଡ଼ ରେ ଶ୍ରେଷ୍ଠ ବିବେଚିତ ଦଳକୁ ରନିଂ ସିଲ୍ ପ୍ରଦାନ କରାଯାଇଥିଲା । ଏହି ଅବସରରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ନୃତ୍ୟ ଓ ସଙ୍ଗୀତରେ ଶ୍ରେଷ୍ଠ ବିବେଚିତ ଦଳ ଗୁଡ଼ିକୁ ପୁରସ୍କୃତ କରାଯାଇଥିଲା । ପରିଶେଷରେ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ନିଟ୍ ୟୁଜି ପ୍ରଶ୍ନ ପ୍ରଘଟ ଓ ପରୀକ୍ଷା ବାତିଲ ପ୍ରସଙ୍ଗ , କଳାହାଣ୍ଡି ଯୁବ-ଛାତ୍ର ବିଜେଡିର ବିକ୍ଷୋଭ 

ମାରାଗୁଡା ଲୋକମହୋତ୍ସବରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡା ବାସୀଙ୍କ ମନ ମୋହିଲେ 

masiha

ଛେଣ୍ଡ ସ୍ଥିତ ନୋ ପ୍ରେସକିପସନ ପଏଣ୍ଟରେ ନିଃଶୁଳ୍କ ସ୍ବାସ୍ଥ୍ୟ ପରାମର୍ଶ କର୍ମଶାଳା ଆସନ୍ତା ୧୬ ରୁ….

masiha

Leave a Comment

error: Content is protected !!