ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଚନ୍ଦ୍ରପୁର / ରାୟଗଡ : ୨୭/୦୮/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ ନିହାର ରଞ୍ଜନ କହଁର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ଚନ୍ଦ୍ରପୁର ବ୍ଲକ ଅଧ୍ୟକ୍ଷ କଇନ କିମ୍ବାକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୮୩ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୬୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୬ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ଆଜି ଦୁଇଜଣ ଦିବ୍ୟଙ୍ଗଙ୍କ ଚିକିତ୍ସା ପାଇଁ ୭୦୦୦ଟଙ୍କା, ଅନ୍ୟ ପାଞ୍ଚ ଜଣଙ୍କ ଚିକିତ୍ସା ଓ ଅନ୍ୟାନ୍ୟ ସହଯୋଗ ନିମନ୍ତେ ୧୦୫୦୦୦ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ପାରିବାରିକ ସମସ୍ୟା , କୃଷି ସମସ୍ୟା, ଜଳସେଚନ, ଭତ୍ତା, ଅଙ୍ଗନବାଡି ଗୃହ ନିର୍ମାଣ ଓ ଅନ୍ୟାନ ସମସ୍ୟା ଉପସ୍ଥାପିତ ହୋଇଥିଲା ।

ଏହି ଅଭିଯୋଗ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ, ଉଦ୍ୟାନ କୃଷି ଉପ ନିର୍ଦ୍ଧେଶକ ଦୟାନିଧି ରାଉତ,ଜିଲ୍ଲା ଯୋଗାଣ ଅଧିକାରୀ,ଦାଶରଥି ସୋରେନ,ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ ତତ୍ତମୋସୀ ମହାପାତ୍ର, ଜିଲ୍ଲା ପଂଚାୟତ ଅଧିକାରୀ ସୂର୍ଯ୍ୟନାରାୟଣ ମହାରଣା, ଜିଲ୍ଲା ମଙ୍ଗଳ ଅଧିକାରୀ ଭରତ ଭୂଷଣ ବିଶ୍ୱାଳ,ଜିଲ୍ଲା ଶ୍ରମ ଅଧିକାରୀ, ଗୋପାଳ କୃଷ୍ଣ ମାଗରାଜ,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପ୍ରତିମା ପ୍ରଧାନ, ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ, ଅବକାରୀ ଉପ ଅଧିକ୍ଷକ ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ତହସିଲଦାର ଅଭିଷେକ ପ୍ରଧାନ , ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଶିନୀ ହେମ୍ବ୍ରମ୍ବ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ଉପଖଣ୍ଡ ପ୍ରଗ୍ରାମ ଅଧିକାରୀ ବି କୋମଲାଙ୍ଗୀ, ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

Ex MP Niranjan Bishi Raises Strong Voice Against Proposed 40% Job Cut at Rourkela Steel Plant

Sunil Chandra Nayak

ରାଉରକେଲା ଠାରେ ମଧ୍ୟାହ୍ନ ଭୋଜନ ପାଚକ ପାଚିକା ସୁନ୍ଦରଗଡ଼ ଜିଲ୍ଲା ସମ୍ମିଳନୀ ସମାବେଶ

masiha

୭୮ତମ ପବିତ୍ର ସ୍ବାଧୀନତା ଦିବସ ପାଳିତ

masiha

Leave a Comment

error: Content is protected !!