ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗୀତା 

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗୀତା 

ଡାବୁଗାଁ, ୩୦/୮ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ତରଫରୁ ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗୀତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ କୁଇଜ ପ୍ରତିଯୋଗୀତା ରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗରେ ୧୬୧ ଜଣ ଛାତ୍ରୀ ଛାତ୍ର ଭାଗ ନେଇଥିଲେ | ଏଥିରେ ଉପକନିଷ୍ଠ ବିଭାଗରେ ବଦଳିଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଲକ୍ଷ୍ମୀକାନ୍ତ ସାନ୍ତା (୧ମ), ସରକାରୀ ଏକ୍ସ-ବୋର୍ଡ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦୀପ୍ତିମୟୀ ରଥ (୨ୟ) ଓ ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟର ଲୋକନାଥ ପଟ୍ଟନାୟକ (୩ୟ), କନିଷ୍ଠ ବିଭାଗରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଗୋମତୀ ସାନ୍ତା (୧ମ), ସରକାରୀ ଏକ୍ସ-ବୋର୍ଡ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏସ. ଶାରିକା (୨ୟ) ଓ ଡାବୁଗାଁ ଓଡିଶା ଆଦର୍ଶ ବିଦ୍ୟାଳୟର ଏଲ. କେ. ଲଳିତ କୁମାର (୩ୟ) ଏବଂ ବରିଷ୍ଠ ବିଭାଗରେ ଚଚରାଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ଅରୁଣ କୁମାର ସାହୁ (୧ମ), ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ସତ୍ୟଜିତ ଶୁବୁଦ୍ଧି (୨ୟ) ଓ ବଡଓଲମା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଶରତ କୁମାର ପୂଜାରୀ (୩ୟ) ସ୍ଥାନ ଅଧିକାର କରିଥିଲେ | କୃତକାର୍ଯ୍ୟ ଛାତ୍ରୀ ଛାତ୍ରଙ୍କୁ ଅତିଥି ମାନଙ୍କ ଦ୍ଵାରା କପ ସହ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ମୁଖ୍ୟ ବକ୍ତା ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ରେଶମଲାଲ ନାୟକ, ସମ୍ମାନୀତ ଅତିଥି ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ପେଡାଗୋଜି ସଂଯୋଜକ କବିତା ପଣ୍ଡା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଭଗବାନ ମାଝି ଓ ଅବସରପ୍ରାପ୍ତ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଦେବରାଜ ଗୋପାଳ, ଉମରକୋଟ ବ୍ଲକ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଦେବେନ୍ଦ୍ର କୁମାର ବାଗ ଓ ଶୁଶୀଳା ଜୋତ୍ତାର ପ୍ରମୁଖ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମାନେ ପରିଚାଳନା କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବ୍ଲକ ସ୍ତରୀୟ ପରାମର୍ଶ ଶିବିର 

masiha

ରାଇରଙ୍ଗପୁର ରେ ବୀର ଚକ୍ର ନୁଦୂରାମ ସୋରେନ ଶହୀଦ ଦିବସ ଓ ସମ୍ବର୍ଦ୍ଧନା ଉତ୍ସବ ମହାସମାରୋହରେ ପାଳିତ

Sunil Chandra Nayak

ଲଡୁଗାଁ ଠାରେ ଆମ୍ବେଦକରଙ୍କ ୧୩୨ ତମ ଜୟନ୍ତୀ

Leave a Comment

error: Content is protected !!