ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ଆଇନ ସଚେତନତା ଶିବିର

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ଆଇନ ସଚେତନତା ଶିବିର

      ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୦୫.୦୯.୨୦୨୪ ରିଖ ଗୁରୁବାର ଅପରାହ୍ନ ଘ.୩.୦୦ମି ରେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ରାୟଗଡା ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ “NALSA Scheme, Acid Attack, POCSO Act & Victim Compensation Scheme” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଥାନାର ଏ.ଏସ୍.ଆଇ ରବିନ୍ଦ୍ର କୁମାର ପଣ୍ଡା, ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀମତି ଶୁଭ୍ରା ପଣ୍ଡା, ଦେବରାଜ ନାଏକ, ରାୟଗଡା ଜିଲ୍ଲା ମୁଖ୍ୟ ଚିକିସାଳୟର ଡ. ଶୁଭଶ୍ରୀ ପାଣିଗ୍ରାହି, ମହିଳା ମହାବିଦ୍ୟାଳୟ ର ଅଧ୍ୟାପକ ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଏସିଡ ଆଟାକ, ପୋକ୍ସ ଆକ୍ଟ ଓ ଭିକ୍ଟିମ କମ୍ପେନ୍ସେସନ ସ୍କିମ ବିଷୟରେ ଅଂଶଗ୍ରହଣ କାରୀ ମାନଙ୍କୁ ବିସୃତ ଭାବରେ ଅବଗତ କରାଇଥିଲେ I ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏସିଡ ଆଟାକ, ପୋକ୍ସ ଆକ୍ଟ ଓ ଭିକ୍ଟିମ କମ୍ପେନ୍ସେସନ ସ୍କିମ ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ମହିଳା ମହାବିଦ୍ୟାଳୟର ର ଅଧ୍ୟାପକ, ଛାତ୍ରୀ ଓ କର୍ମଚାରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

 

Related posts

ବୁଢ଼ୀଦର ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ, କୁନିକଳାକାରଙ୍କ ଗହଣରେ ନାଚିଲେ ଜୁନାଗଡ଼ ବିଧାୟକ

masiha

ବିଧାୟକ ଦୁର୍ଗାଚରଣ ତନ୍ତୀ ଙ୍କ ହସ୍ତକ୍ଷେପ ଫଳରେ ଉଚ୍ଛେଦ କାର୍ଯ୍ୟ ଅସ୍ଥାୟୀ ଭାବେ ସ୍ଥଗିତ

ଋତୁସ୍ରାବ ସମ୍ପର୍କୀତ ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!