ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ପାଳିତ 

ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ପାଳିତ 

କୋରାପୁଟ ସଦର ମହକୁମାରେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ପାଳିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି ଯୋଗଦେଇ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ, ଜାତୀୟ ଶିକ୍ଷକ ପୁରସ୍କାର ନିମନ୍ତେ ମନୋନୀତ ଶିକ୍ଷକ ଓ ମେଧାବୀ ବିଦ୍ୟାର୍ଥୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିଥିବା କୁମୁଲି ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଜୟପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ସମ୍ବର୍ଦ୍ଧିତ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ କୋରାପୁଟ ଏସପି ଅଭିନବ ସୋନକର,ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା,ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦେବାଶିଷ ପଟ୍ଟନାୟକ ଏବଂ ଜିଲ୍ଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି ଉପସ୍ଥିତ ଥିଲେ। ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜଗନ୍ନାଥ ଭତ୍ରା ଧନ୍ୟବାଦ ଅର୍ପଣ କରିଥିଲେ।ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଓ ଶିକ୍ଷୟତ୍ରୀ ପୂର୍ଣ୍ଣିମା ପତି ମଞ୍ଚ ପରିଚାଳନା କରିଥିଲେ।ଏହି କାର୍ଯ୍ୟକ୍ରମରେ ମୋ ସ୍କୁଲ ଅଭିଯାନ ସଂଯୋଜକ ଭବେଶ କୁମାର ପତି ସଂଯୋଜନା କରିଥିବା ବେଳେ ଗୁଣାତ୍ମକ ଶିକ୍ଷା ସଂଯୋଜକ ଚନ୍ଦ୍ରକଳା ବଗର୍ତ୍ତି ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଅନନ୍ତ ଦଳପତି ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଜ୍ୟ ଜୀବେ ନିଷ୍ଠୁରତା ନିରୋଧ ସମିତିର ସଚେତନତା କର୍ମଶାଳା

Sunil Chandra Nayak

ଜେପି ହସପିଟାଲ୍ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

Sunil Chandra Nayak

ବଜ୍ରପାତ ନେଲା ତିନି ଜଣ ମଣିଷ,ପାଞ୍ଚଟି ଗାଇ ଓ ଆଠୋଟି ଛେଳିର ଜୀବନ   

masiha

Leave a Comment

error: Content is protected !!