ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି 

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି 

ନବରଙ୍ଗପୁର:(୧୦/୦୯/୨୦୨୪)(ରବିନାରାୟଣ ମହାନ୍ତି)ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶ କ୍ରମେ ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ଆଦେଶ କ୍ରମେ ନବରଙ୍ଗପୁର, ଉମରକୋଟ, ରାଇଘର, ଚନ୍ଦାହାଣ୍ଡି ଓ ଝରିଗାଁ ରେ ଥିବା ବିଚାରାଳୟ ଗୁଡିକରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧୀନ ମକଦ୍ଧମା ଯଥା-ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟ।ଙ୍କ ଋଣ, ବିଦୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ଇତ୍ୟାଦି ମକଦ୍ଧମାର ଆପୋଶ ସହମତିରେ ସହଜଓ ଚୁଡାନ୍ତ ସମାଧାନ ହୋଇଥାଏ । ଏହି ଲୋକ ଅଦାଲତରେ କେବଳ ବିଚାରଧୀନ ମକଦ୍ଧମା ନୁହେଁ, ବରଂ ପ୍ରାକ- ମକଦ୍ଧମା ସ୍ତରୀୟ (ମକଦ୍ଧମାକୁ ଯିବା ପୂର୍ବରୁ) ବିବାଦ ଯଥା- ବ୍ୟ।ଙ୍କ ଋଣ ଦେୟ, ବିଜୁଳି/ ଜଳଯୋଗାଣ ଦେୟ, ଚେକ ବାଉନ୍ସ ସମ୍ବଦ୍ଧିୟ ବିବାଦ, ଶ୍ରମବିବାଦ ଇତ୍ୟାଦିର ଆପୋଶ ସହମତିରେ ସମାଧାନ ମଧ୍ୟ ହୋଇପାରିବ । ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ତାଲୁକ ଆଇନ ସେବା କମିଟି, ଉମରକୋଟ ଓ ଚନ୍ଦାହାଣ୍ଡି ସହ ତୁରନ୍ତ ଯୋଗାଯୋଗ କରନ୍ତୁବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍ସା ଗୋଛାୟତ ସୂଚନା ଦେଇଛନ୍ତି। ଯୋଗାଯୋଗ ନମ୍ବର. ୧୫୧୦୦/ ୦୬୮୫୮-୨୨୨୪୪୫/ ୦୬୮୫୮-୨୨୨୫୪୫.

ମସିହା ନିୟୁଜ୍ ସର୍ଭିସ୍ 

Related posts

ଧର୍ମଗଡ ଉପଖଣ୍ଡ କୁ ଜିଲ୍ଲା ଦାବୀ ୩୭ ଦିନରେ , ଆସନ୍ତା କାଲି ଧର୍ମଗଡ ଉପଖଣ୍ଡ ସଂପୂର୍ଣ୍ଣ ବନ୍ଦ 

masiha

କେନ୍ଦ୍ର ଆଦିବାସୀ ବ୍ୟାପାର ଏବଂ ଜଳାଶକ୍ତି ମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ଦିନିକିଆ ଢେଙ୍କାନାଳ ଗସ୍ତ

Sunil Chandra Nayak

ବିଜୟଶ୍ରୀ ସମ୍ମାନ’ ପାଇବେ ଚାରି ବିଶିଷ୍ଟ ଅଧ୍ୟାପକ ଡ. ବିଜୟ ପଟ୍ଟନାୟକ ସାରସ୍ବତ ସ୍ମୃତି ସଂସଦ ଆୟୋଜିତ ରାଜ୍ୟସ୍ତରୀୟ ଡ. ବିଜୟ ପଟ୍ଟନାୟକ ସ୍ମାରକୀ ବକ୍ତୃତାମାଳା ‘ବିଜୟଶ୍ରୀ’ରେ ମନ୍ଥନ ହେବ ମେହେର କାବ୍ୟ

Sunil Chandra Nayak

Leave a Comment

error: Content is protected !!