ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ : ରାସ୍ତା କଡ଼ରେ ଥିବା କାରକୁ ପଛପଟୁ ପିଟିଲା ଚଳନ୍ତା କାର୍, ଦୁଇ ଗୁରୁତର 

ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ : ରାସ୍ତା କଡ଼ରେ ଥିବା କାରକୁ ପଛପଟୁ ପିଟିଲା ଚଳନ୍ତା କାର୍, ଦୁଇ ଗୁରୁତର 

କନ୍ଧମାଳ : ୧୬/୦୯: (ମନିସ): ଭାରସାମ୍ୟ ହରାଇ ରବିବାର ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ । ୫୯ ନଂ ଜାତୀୟ ରାଜପଥ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ କାର୍ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମରାମତି ପାଇଁ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ କାରକୁ ପଛପଟୁ ପିଟିଲା ଆଉ ଏକ ଚଳନ୍ତା କାର୍ । ଦୁର୍ଘଟଣାରେ ଚଳନ୍ତା କାରରେ ଥିବା ତିନିଜଣ ଯାତ୍ରୀଙ୍କ ମଧ୍ୟରୁ ଦୁଇ ଜଣ ଯାତ୍ରୀ ଗୁରୁତର ଆହାତ ହୋଇଥିବା ବେଳେ ଜଣେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଆହତ ଦୁଇଜଣ ବାଲିଗୁଡ଼ାର ସ୍ବରାଜ ପ୍ରିତମ ପାଢ଼ୀ(ଗୁଡୁ) ଓ ରିକି ହୋଇଥିବା ବେଳେ ରିକି ନାମକ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।

ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ଥୁଆମୂଳ ରାମପୁର ବ୍ଲକ , ଇନ୍ଦ୍ରାବତୀ ଜଳଭଣ୍ଡାରରେ ସରକାରଙ୍କ ମତ୍ସ ବିଭାଗ ପକ୍ଷରୁ ପିଞ୍ଜରା ମଧ୍ୟରେ ମାଛ ଚାଷ ର ଶୁଭ ଉଦ୍ଘାଟନ

masiha

ସଂଯୁକ୍ତ କିସାନ ମୋର୍ଚ୍ଚା ପକ୍ଷରୁ ତହସିଲଦାର ଙ୍କୁ ଦାବୀ ପତ୍ର ପ୍ରଦାନ 

masiha

ଏମ ବି କେ ମାନଙ୍କ ଧାରଣା ଓ ଇ ସି ସଦସ୍ୟା ଙ୍କ ଦାବିପତ୍ର ପ୍ରଦାନ 

Sunil Chandra Nayak

Leave a Comment

error: Content is protected !!