ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଠିକଟା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଲାଠିକଟା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୨୩/୦୯/୨୪ : ଆଜି ଲାଠିକଟା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନ ଓ  ରାଉରକେଲା ଡିଆଇଜି ଶ୍ରୀ ବ୍ରିଜେଶ ରାୟ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ। 

    ଆଜି ମୋଟ ୧୨୫ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୩୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୮୮ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୨୧ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚାରି ଜଣଙ୍କୁ ଆର୍ଥିକ ସହାୟତା  ପ୍ରଦାନ କରା ଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା, ନୂତନ କମ୍ୟୁନିଟି ସେଣ୍ଟର ନିର୍ମାଣ ଦାବି ଆଦି ପ୍ରମୁଖ ରହିଥିଲା। 

       ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦୁଃଖ ବନ୍ଧୁ ନାୟକ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ବିଜୟ ନାୟକ, ଲାଠିକଟା ଗୋଷ୍ଠି ଉନ୍ନୟନ ଅଧିକାରୀ ମାନସ ସାହୁ   ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ସ୍ଵାବଲମ୍ଵୀ ଭାରତ ନିର୍ମାଣ , ସ୍ୱଦେଶୀ ହିଁ ବିକଳ୍ପ , ସ୍ୱଦେଶୀ ଜାଗରଣ ମଞ୍ଚର ଜିଲ୍ଲା ବିଚାର ବର୍ଗ ଅନୁଷ୍ଠିତ 

ଆସିକା ରେ ନୂତନ ଥାନା ଅଧିକାରୀଙ୍କ ଦାୟିତ୍ଵ ଗ୍ରହଣ 

masiha

ତ୍ରିନାଥ ସାଂସ୍କୃତିକ ଅନୁଷ୍ଠାନ ର ସୁବର୍ଣ୍ଣ ଜୟନ୍ତୀ

masiha

Leave a Comment

error: Content is protected !!