ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସର୍ଗିଗୁଡା ସ୍କୁଲ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ. ଯୋଗଦେଲେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ 

ସର୍ଗିଗୁଡା ସ୍କୁଲ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ. ଯୋଗଦେଲେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ 

ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସର୍ଗିଗୁଡା ଠାରେ ଗଣ୍ଡାମେର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ଯକ୍ରମ ଅନୁଷ୍ଠିତ. ସି.ଆର.ସି.ସି ଟଙ୍କଧର ସାଗର ଙ୍କ ଆବାହକତ୍ୱରେ ଆୟୋଜିତ କାର୍ଯ୍ୟକ୍ରମ ରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲବଣି ନାଏକ, ଉପସ୍ଥିତ ଥାଇ ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ହେମଲତା ନାଏକ , ସମ୍ମାନିତ ଅତିଥି ଭାବରେ ବିଶ୍ୱଜିତ ନେଗୀ,ସ୍କୁଲ ପରିଚାଳନା କମିଟି ର ସଭାପତି ଯୋଗଦେଇ ମଞ୍ଚାସିନ ହୋଇଥିଲେ । ସୁରଭୀ କାର୍ଯ୍ୟକ୍ରମରେ କ୍ଲଷ୍ଟରର ସମସ୍ତ ସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ବକ୍ତୃତା, ପ୍ରବନ୍ଧ, କୁଇଜ୍, ସଙ୍ଗୀତ, ସୃଜନଶୀଳ ଲିଖନ, ଚିତ୍ରାଙ୍କନ ଆଦି ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ବ୍ଲକ ସ୍ତରୀୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିପାରିବେ ବୋଲି ସ୍ଥାନୀୟ ସିଆରସିସି ଟଙ୍କଧର ସାଗର ପ୍ରକାଶ କରିଥିଲେ ।

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ଭୂବନେଶ୍ବର ଏମ୍ସ ସିଇଓଙ୍କ ରାଇରଙ୍ଗପୁର ଗସ୍ତ !  ଆସନ୍ତା ୧୯ ତାରିଖରେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଏମ୍ସର ଅଭିଜ୍ଞ ଚିକିତ୍ସା ବିଶେଷଜ୍ଞଙ୍କ ଦ୍ଵାରା ନିଃଶୁଳ୍କ ସ୍ବତନ୍ତ୍ର ସ୍ବାସ୍ଥ୍ୟ ଶିବିର ନେଇ ସୂଚନା

Sunil Chandra Nayak

ଡାବୁଗାଁ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆଖାଇ ପାଳନ 

masiha

ଆଦିବାସୀ ଙ୍କ ଉପରେ ମକଦ୍ଦମା ପ୍ରତ୍ୟାହାର ଆଦେଶ ଦେଲେ ମୁଖ୍ୟମନ୍ତ୍ରୀ.. ସରକାର ଙ୍କ ନିଷ୍ପତ୍ତି କୁ ସ୍ୱାଗତ ଜଣାଇଲା ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ 

masiha

Leave a Comment

error: Content is protected !!