ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡ଼ିଶା ମୋ ପରିବାର-ଜୀବନ ବିନ୍ଦୁ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା ମୋ ପରିବାର-ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଜନତା ଦଳ, ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ତରଫରୁ ଆଜି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଧର୍ମଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରକୁ ମାନ୍ୟବର ଧର୍ମଗଡ଼ ବିଧାୟକ ଶ୍ରୀଯୁକ୍ତ ମୌଷଧି ବାଗ ଯୋଗଦେଇ ଉଦଘାଟନ କରିଥିଲେ ଏବଂ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଜେଡ଼ି ଜିଲ୍ଲା ସମ୍ପାଦକ ଥବିର ପ୍ରସାଦ ସାହୁ, ବିଜେଡ଼ି ଧର୍ମଗଡ଼ ବ୍ଲକ୍ ସଭାପତି ଟିକମନ ଯାଦବ, କୋକସରା ବ୍ଲକ ସଭାପତି ସୁଶାନ୍ତ ବେହେରା, କଲମପୁର ବ୍ଲକ ସଭାପତି ନବୀନ ପଣ୍ଡା, ଧର୍ମଗଡ଼ ଏନ୍ଏସି ସଭାପତି ମଦନ ନାଏକ, ଧର୍ମଗଡ଼ ବ୍ଲକ୍ ବିଧାୟକ ପ୍ରତିନିଧି ସ୍ଵାଧୀନ ବାଗ, କଲମପୁର ବ୍ଲକ ବିଧାୟକ ପ୍ରତିନିଧି ସଦାନନ୍ଦ ଚନ୍ଦନ, ବଲାଙ୍ଗୀର ଜୋନ ସଭାନେତ୍ରୀ କଲ୍ୟାଣୀ ନାଏକ, ଯୁବ ନେତା ମାନସ ରଞ୍ଜନ ବାଗ, ଧର୍ମଗଡ଼ କୋକସରା ଓ କଲମପୁର ବ୍ଲକର ସମସ୍ତ ଜିଲ୍ଲା ପରିଷଦ ସଭ୍ୟ/ସଭ୍ୟା ସମେତ ବହୁ ବିଜେଡି କର୍ମକର୍ତ୍ତା ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଦାଦନ ଶ୍ରମିକ ସମସ୍ୟା ଦୁର ପାଇଁ ଯୁବକ ଙ୍କ ପଦ ଯାତ୍ରା

Sunil Chandra Nayak

ରାୟଗଡାରେ ବିଜେଡିର ବାଜିମାତ୍

Sunil Chandra Nayak

କ୍ଲିନ୍ ଆଣ୍ଡ ଗ୍ରୀନ୍ ର ବାର୍ଷିକ ଉତ୍ସବ ଓ ସମ୍ବର୍ଦ୍ଧନା ସଭା

Leave a Comment

error: Content is protected !!