ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଗୋବିନ୍ଦପୁର ଠାରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ସେବା କାର୍ଯ୍ୟକ୍ରମ

ଢ଼େଙ୍କାନାଳ: ଓଡ଼ିଶା ସରକାର ଙ୍କ ସହାୟତା ରେ ଢ଼େଙ୍କାନାଳ ଜିଲ୍ଲା ସଦର ବ୍ଲକ୍ ଅନ୍ତର୍ଗତ ଗୋବିନ୍ଦପୁର ପ୍ରାଥମିକ ବିଦ୍ୟାଳୟ ଠାରେ ଗୋଷ୍ଠୀ ସ୍ତରୀୟ ସ୍ବାସ୍ଥ୍ୟ ମେଳା ୨୦୨୨ ଅନୁଷ୍ଠିତ ହୋଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ସଦର ବିଧାୟକ ଶ୍ରୀଯୁକ୍ତ ସୁଧୀର କୁମାର ସାମଲ, ସାଂସଦ ମହେଶ ସାହୁ, ଜିଲ୍ଲାପାଳ ସରୋଜ କୁମାର ସେଠୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଅଶୋକ ଦାସ,ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକ, ଜିଲ୍ଲା ପରିଷଦ ସଦସ୍ୟା ଝରସ୍ମିତା ଦେହୁରୀ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ କୁ ତ୍ୱରାନ୍ୱିତ କରିଛନ୍ତି ।ଏହି କାର୍ଯ୍ୟକ୍ରମ କୁ ସରପଞ୍ଚ ଶ୍ରୀଯୁକ୍ତ ଅରୁଣ ପରିଡ଼ା ସଫଳ ତାର ସହ ଆଗକୁ ଆଗେଇ ନେଇଛନ୍ତି ଏତଦ୍ ବ୍ୟତୀତ ଏଠାରେ ସୂଚନା ଯୋଗ୍ୟ ଯେ ଏହି କାର୍ଯ୍ୟକ୍ରମ ରେ ରକ୍ତ ଦାନ ଶିବିର ଆୟୋଜନ କରାଯାଇ ଥିଲା ଓ ଅଞ୍ଚଳ ର ବହୁ ଜନସାଧାରଣ ଯୋଗଦାନ କରି ଉକ୍ତ କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ।

ଢ଼େଙ୍କାନାଳ ରୁ ନାୟକ ଅକ୍ଷୟ ରାଜହସ୍ତୀଙ୍କ ରିପୋର୍ଟ୍

Related posts

ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା

Sunil Chandra Nayak

ରାଉରକେଲା – ଶ୍ରୀଧର ସ୍ମୃତି ଜ୍ଞାନ ବିକାଶ କେନ୍ଦ୍ର ମାସିକ ସାହିତ୍ୟ ସମାରୋହ ଓ କବିତା ପାଠୋତ୍ସବ

Sunil Chandra Nayak

ମାଆ ଜଗତ ଜନନୀ ଦୁର୍ଗାଙ୍କ ନବଦିନାତ୍ମକ ପୂଜା

Sunil Chandra Nayak

Leave a Comment

error: Content is protected !!