ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଭବାନୀପାଟଣା: ତା. ୩୦.୧୦.୨୦୨୪ କଳାହାଣ୍ଡି ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ତିତ ସମ୍ମିଳନୀ ଗୃହରେ ପାଳନ କରାଯାଇଥିଲା । ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଅଧ୍ୟାପକ, ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ସ୍ଵେଚ୍ଛାସେବୀଙ୍କୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଦେଇ, ପୁରୁଣା ବୁସଷ୍ଟାଣ୍ଡ, ଘୋଡାଘାଟ ଛକ, ନୂଆବସଷ୍ଟାଣ୍ଡ, ଜିଲ୍ଲା କାରାଗାର ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲେ । ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଏକ ସଚେତନତା ସଭା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ସମ୍ମାନୀୟ ଅତିଥି ଭାବେ ସଭାପତି ଜିଲ୍ଲାପରିଷଦ ପୁଷ୍ପେଦ୍ର ସିଂ ଦେଓ, ଅତିରିକ୍ତ ଜିଲ୍ଲାପାଳ (ସା) ତନ୍ମୟ କୁମାର ଦରୱାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ବକ୍ତା ଭାବରେ ଡଃ. ଉମେଶ ଚନ୍ଦ୍ର ଶତପଥୀ ଯୋଗଦେଇ ଦୁର୍ନୀତି ନିବାରଣ ସପ୍ତାହ ପାଳନର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି ଉପରେ ଆଲୋକପାତ କରିଥିଲେ । ଦେଶର ଆର୍ଥିକ, ରାଜନୈତିକ,ଏବଂ ସାମାଜିକ ପ୍ରଗତି ପଥରେ ଦୁର୍ନୀତି ହିଁ ସବୁଠାରୁ ପ୍ରତିବନ୍ଧକ । ସମସ୍ତେ ସଚେତନ ହୋଇ ଏକ ଶୀର୍ଷକ ଓ ବିକଶିତ ରାଷ୍ଟ୍ର ଗଠନରେ ସେହି ମନୋଭାବ ଦେଇ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ବକୃତା, ପ୍ରବନ୍ଧ, ଚିତ୍ରାଙ୍କନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟାଳୟରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ସୁଚେତା ପାଣି, ଜିଲ୍ଲା ପଞ୍ଚାୟତ ଅଧକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କାହଁର, ଉପଆରକ୍ଷୀ ଅଧିକ୍ଷକ, ଦୁର୍ନୀତି ନିବାରଣ ବିଭାଗ ପ୍ରଦୀପ କୁମାର ଆଇନ୍ଦ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ଜିଲ୍ଲାପାଳ ଚନ୍ଦ୍ରଦାସ ମହାନନ୍ଦିଆ, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢି, ବରିଷ୍ଠ ନାଗରିକ, ଆଇନଜୀବୀ, ଶିକ୍ଷାବିତ, ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିବା ସହିତ ପରିଶେଷରେ ସମସ୍ତଙ୍କୁ ଧାନ୍ୟବାଦ ଅର୍ପଣ କରିଥିଲେ ।

Related posts

ବାଇକ ରୁ ପଡି ଯୁବକ ମୃତ, ଆଜି ପୋଲିସର ତଦନ୍ତ ଜାରୀ 

masiha

୮୮ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

Sunil Chandra Nayak

ଭାରସ୍ୟାମ ହରାଇ ରାସ୍ତା କଡ଼କୁ ଓଲଟିଲା ପାଉଁଶ ବୋଝେଇ ଟ୍ରକ, ଚାଳକ ଗୁରୁତର

masiha

Leave a Comment

error: Content is protected !!