ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ମୋଟ ୮୨ ଟି ଅଭିଯୋଗ ର ହେଲା ଶୁଣାଣୀ

 ମୟୂରଭଞ୍ଜ -:ତା ୧୧/୧୧ ( ମସିହା)ଆଜି ମୟୂରଭଞ୍ଜ ଜିଲ୍ଲାର ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି.।

ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସଏ,.ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ.,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୌଲତ ଚନ୍ଦ୍ରକାର, ., ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରିଣୀ ସୁଶ୍ରୀ ଆଶନି ଏ ଏଲ,ରାଇରଙ୍ଗପୁର ଚିକିତ୍ସାଳୟ ର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର କୁମାର ମାରାଣ୍ଡି ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୮୨ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୬୭ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୫ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।

ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ୩ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟ. ୫୦୦୦/- ଙ୍କା ଲେଖାଏଁ ମୋଟ ୧୫,୦୦୦ ଟଙ୍କା ମଂଜୁର କରିଥିଲେ। ଏହା ଛଡା ମୋଟ ୫ ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା।ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

ସେବା ପର୍ବ ‘ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପରିଯୋଗିତା ଅନୁଷ୍ଠିତ ବିକଶିତ ଭାରତର ରଙ୍ଗ, କଳା ମାଧ୍ୟମରେ

Sunil Chandra Nayak

ଶତାୟୁ,ବି.ବି.ହାଇସ୍କୁଲ,ଢେଙ୍କାନାଳରେ ଆଭାସୀ ମାଧ୍ୟମରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ-୨୦୨୪ ପାଳିତ

masiha

ତମାଖୁ ମୁକ୍ତ ଅଭିଯାନ ୩.୦ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!