ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଠାରେ ତାଲିମ୍ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଦ୍ଵାର ଉଦଘାଟିତ

ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଠାରେ ତାଲିମ୍ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଦ୍ଵାର ଉଦଘାଟିତ

 ଭବାନୀପାଟଣା: ତା 12/11- ଆଜି ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ କଳାହାଣ୍ଡି ତରଫରୁ ଦୁଇଗୋଟି ତାଲିମ କାର୍ଯ୍ୟକ୍ରମ ର ଉଦ୍ଘାଟନ ସମାରୋହ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହେଇଯାଇଛି। ପ୍ରଥମ କାର୍ଯ୍ୟକ୍ରମ ରେ ଜିଲାପାଳ ଙ୍କ ଦ୍ୱାରା Eduneet ମାଧ୍ୟମରେ ୧୦୦ ଜଣ ଅନୁସୂଚିତ ଜନଜାତି ର ଛାତ୍ର ଛାତ୍ରୀ ମାନଙ୍କ ପାଇଁ ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ଠାରେ ନିଟ, ଜେଇ ଓ OUAT ପାଇଁ ମାଗଣାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ର ଉଦ୍ଘାଟନ ହୋଇଥିଲା । ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ପରିଷଦ କଳାହାଣ୍ଡି ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢୀ, ମା ମାଣିକେଶ୍ବରୀ ବିଶ୍ୱବିଦ୍ୟାଳୟ ର କାର୍ଯ୍ୟନିର୍ବାହୀ କୁଳପତି ନିବେଦିତା ନାଥ, ଉପ କୁଳସଚିବ ଜୟଦେବ ସାହୁ ପିଲାମାନଙ୍କୁ ଏହି କାର୍ଯ୍ୟକ୍ରମ ର ଲାଭ ଉଠାଇବା ପାଇଁ ଉତ୍ସାହିତ କରିଥିଲେ ଓ ପାଠ୍ୟ ସାମଗ୍ରୀ ବଣ୍ଟନ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ଡ଼ ମଧୁଲିକା ସାହୁ ସଂଯୋଜନା କରିଥିଲେ। 

ଦ୍ଵିତୀୟ କାର୍ଯ୍ୟକ୍ରମ ରେ ମାଇନିଂ ସ୍କିଲ କାଉନସିଲ ତରଫରୁ ଥୁଆମୂଳ ରାମପୁର ଏବଂ ଲାଞ୍ଜିଗଡ ଅଂଚଳର ୩୦୦ ଜଣ ଅନୁସୂଚିତ ଜନଜାତି ର ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ଖଣିଜ ପ୍ରତିଷ୍ଠାନ କଳାହାଣ୍ଡି ର ଆର୍ଥିକ ଅନୁଦାନ ରେ ବିଭିନ୍ନ ପ୍ରକାରର ମାଇନିଂ ନିଯୁକ୍ତି ଭିତ୍ତିକ ପାଠ୍ୟକ୍ରମ ତାଲିମ ର ଶୁଭ ଉଦ୍ଘାଟନ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଦ୍ୱାରା କରାଯାଇଥିଲା । ଏହି କାର୍ଯ୍ୟକ୍ରମଟିକୁ ଜିଲ୍ଲା ଖଣିଜ ପ୍ରତିଷ୍ଠାନ କଳାହାଣ୍ଡି ର ପ୍ରଶାନ୍ତ କୁମାର ମିଶ୍ର, ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ ଅଧିକାରୀ ଅଜିତ କୁମାର ଉତ୍ତରାୟ ପରିଚାଳନା କରିଥିଲେ ଏଥିରେ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ କାର୍ଯ୍ୟାଳୟ ର ସମସ୍ତ କର୍ମକର୍ତା ସହଯୋଗ କରିଥିଲେ। ( ମ ନି ସ)

Related posts

ଜଙ୍ଗଲ ନିଆଁକୁ ରୋକିବା ପାଇଁ ବନ ବିଭାଗ ଦ୍ବାରା ସାମିଲ୍ ହେଲେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ

Sunil Chandra Nayak

ବର୍ଷା ମାସ ପହଁଞ୍ଚିଲାଣି ସୋଫା ହୋଇପାରୁନି ପୂର୍ତ୍ତ ବିଭାଗ ନାଳର ଆବର୍ଜନା 

masiha

ଧର୍ମଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର 

masiha

Leave a Comment

error: Content is protected !!