ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

 ନୂଆପଡା,ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। 

 ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଶିବିରରେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଶିବିରରେ ମୋଟ ୫୬ ଟି ଅଭିଯୋଗରୁ ୪୫ ବ୍ୟକ୍ତିଗତ ଓ ୧୧ ଟି ଗୋଷ୍ଠିଗତ ଅଭିଯୋଗ ଶୁଣାଣି ପ୍ରଶାସନ କରିଛନ୍ତି। ଏହି ସବୁ ଅଭିଯୋଗ ଉପରେ ଶୀଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳଙ୍କ ସହିତ , ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଇନ୍ଦ୍ରମଣି ବେହେରା,ବ୍ଲକ୍ ଉପାଧ୍ୟକ୍ଷା ସଂଗୀତା ମାଝୀ, ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ l

ବିଡ଼ିଓ ସୁଶାନ୍ତ କୁମାର ରଣା , ତହସିଲଦାର ସରିତା ଗୁପ୍ତା ଙ୍କ ସମେତ ସଭାରେ ଉପ ନିର୍ଦେଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ,ଜିଲ୍ଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଂଗୀତା ପାତ୍ର, , ଜିଲ୍ଲା ଶିଳ୍ପ କେନ୍ଦ୍ର ମେନେଜର ସମିର ମୁଦୁଲି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

ସୁଜିତ କୁମାର ପ୍ରଧାନ ନୂଆପଡ଼ା

Related posts

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ …

masiha

ଜାରି ରହିଛି ଆଳତୁମା ଗ୍ରାମର ମହାନ ପ୍ରୟାସ ,ଗ୍ରାମର ପୁଜ୍ୟ ପୂଜା ଏବଂ ଅଞ୍ଚଳର ଵିଦ୍ଵାନ ପଣ୍ଡିତଙ୍କ ଦ୍ଵାରା ଗୃହ ସମ୍ମୁଖରେ ଗୁହାଳ ଓ ଗୋ ମାତା ସେବାରେ ଵ୍ରତ୍ତୀ ଥିବା ବ୍ୟକ୍ତିବିଶେଷ ହେଉଛନ୍ତି ସମ୍ବର୍ଦ୍ଧିତ

ୟଙ୍ଗ ବ୍ଲଡ ପବ୍ଲିକ ସ୍କୁଲ ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!