ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଯାତ୍ରା ମହୋତ୍ସବ ର ସନ୍ଧ୍ୟା ରେ ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ।

ବାଲିଯାତ୍ରା ମହୋତ୍ସବ ର ସନ୍ଧ୍ୟା ରେ ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ।

କଟକ:-ଉପର ଓ ମହାନଦୀ ପଠା ତଳ ପଡିଆରେ ମେଳିଛି ସହସ୍ରାଧିକ ବିପଣନ ସାମଗ୍ରୀର ପସରା । ଠୁଙ୍କା ପୁରୀ, ଆଳୁଦମ ଦହିବରା, ମଥୁରା କେକ, ଗୁପଚୁପ ସାଙ୍ଗକୁ ରକମ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି ଆଉ ଓରମାସର ପଲିଶ୍ରୀ ମେଳା ହାତଠାରି ଡାକୁଛି ଦର୍ଶକଙ୍କୁ । ଆଉ ଆରମ୍ଭ ଦିନରୁ ବୁଲା ବୁଲି ସାଙ୍ଗକୁ କିଣାଣିକିରେ ମଜି ଗଲେଣି ଦର୍ଶକ ।

ଚଳିତ ବର୍ଷ ୮ ଦିନ ଆୟୋଜିତ ହେଉଥିବା ବାଲିଯାତ୍ରାକୁ ପ୍ରତିଥର ପରି ଏଥର ଆସିଛି ବିଭିନ୍ନ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି, ସାଂସ୍କୃତିକ ବିଚିତ୍ରା ସାଙ୍ଗକୁ ଓରମାସ ବଜାର ।ସେପଟେ ଜିଲ୍ଲା ପ୍ରଶାସନ ଯାତ୍ରାକୁ ଅଧିକ ଆକର୍ଷଣୀୟ ଓ ମନୋରଞ୍ଜନ ଧର୍ମୀ କରିବା ପାଇଁ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କ ସମେତ ୮ ଦେଶର କଳାକାରକୁ ଆମନ୍ତ୍ରଣ କରିଛି ।

ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ।

ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ଶ୍ରୀମତି ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସ ଙ୍କ ନିର୍ଦ୍ଦେଶନା ରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନ ର ନୃତ୍ୟାଙ୍ଗନା ମନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ।

ସତିଶ କୁମାର ଦାଶ ଙ୍କ ରିପୋର୍ଟ୍ 

 

Related posts

MP Rajya Sabha Shri Niranjan Bishi Demands Conferment of Bharat Ratna on Bhagaban Birsa Munda (Posthumously)

Sunil Chandra Nayak

କୂଅରେ ପଡି ଦୁଇ ବର୍ଷର ଶିଶୁ କନ୍ୟା ମୃତ 

Sunil Chandra Nayak

ସମାଜ ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ଅମୁଲ୍ୟ ମହାନ୍ତି ଙ୍କୁ ଅଵସରକାଳୀନ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!