ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାପଡାହାଣ୍ଡିଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ପାପଡାହାଣ୍ଡିଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୮.୧୧.୨୦୨୪)(ରବି ନାରାୟଣ ମହାନ୍ତି)ଆଜି ପାପଡାହାଣ୍ଡି ବ୍ଲକସ୍ଥିତ ପଞ୍ଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର , ବ୍ଲକ ଅଧ୍ୟକ୍ଷା ହେମଲତା ମାଝୀ,ଉପାଧ୍ୟକ୍ଷ ସୁଶାନ୍ତ ବେହେରା , ବି ଡି ଓ କପିଲ ଦେବ ସାହୁଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୨ ଜଣଙ୍କୁ ହୂଇଲ ଚେୟାର,୧ ଜଣଙ୍କୁ ଟ୍ରାଇ ସାଇକଲ,୭୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ ସହାୟତା କାର୍ଡ ଜିଲ୍ଲାପାଳଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା।

( ମ ନି ସ )

Related posts

ପ୍ରକାଶ ପାଇଲା ନିବନ୍ଧ ପ୍ରତିଯୋଗିତା ଫଳାଫଳ, ପ୍ରଥମ ସ୍ଥାନରେ ସୁନ୍ଦରଗଡ଼

Sunil Chandra Nayak

୧- ନିହଲପ୍ରସାଦ ଥାନା ଅଧୀନ ବେଲମାଳିଆ ଗ୍ରାମ ନିକଟରେ ସୋଲାର/ବିଦ୍ୟୁତ୍ ତାର (Fencing) ସଂସ୍ପର୍ଶରେ ଆସି ଏକ ନିରୀହ ମା’ ହାତୀର ମୃତ୍ୟୁ ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ ଘଟଣା! , ୨-ଢେଙ୍କାନାଳ ବିଜ୍ଞାନ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ପାଳିତ, ୩- ଯୋରନ୍ଦା ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ATM ଶାଖା ରୋଡ ସାଇଡ ରୁ ଏକ ଫିଲ୍ପକlର୍ଟ ATM କାର୍ଡ ହସ୍ତଗତ

Sunil Chandra Nayak

ବସୁଧୈବ କୁଟୁମ୍ବକମ୍ ର ବୃକ୍ଷରୋପଣ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!