ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋଷଗୁମୁଡାଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣୀ ଶିବିର ଅନୁଷ୍ଠିତ

କୋଷଗୁମୁଡାଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣୀ ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୨୫.୧୧.୨୦୨୪)ଆଜି କୋଷଗୁମୁଡା ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ, ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର ,ବ୍ଲକ ଅଧ୍ୟକ୍ଷା ସର୍ବେଶ୍ୱରି ମାଝୀ,ବି ଡି ଓ,ନବରଙ୍ଗପୁର ଆଶିଷ ତ୍ରୀପାଠୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣୀ ଶିବିରରେ ମୋଟ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୨୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ର ନୂତନ ସହାୟତା କାର୍ଡ ଏବଂ ୩ ଜଣଙ୍କୁ ହୂଇଲ୍ ଚେୟାର ଜିଲ୍ଲାପାଳ ଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ( ମ ନି ସ ) 

Related posts

ପାର୍ବତୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ 

masiha

ଅଧମୁଣ୍ଡା ର ଯୁବକ ବିଦ୍ୟୁତ୍ ଟ୍ରାନସଫର୍ମର  ରେ ଲାଗି ମୃତ୍ୟୁବରଣ କରିଥିବା ଘଟଣା ରେ ଜାତୀୟ ମାନବାଧିକାର କମିଶନ ଙ୍କ ନୋଟିସ୍ ଜାରୀ

Sunil Chandra Nayak

କୋମନା ପୋଲିସ ପକ୍ଷରୁ ୧୦ ଦାଦନ ଶ୍ରମିକ ୩ ନାବାଳକଙ୍କୁ ଉଦ୍ଧାର , ଗୋଟିଏ ବୁଲେରୋ ଗାଡି ଜବତ, ଜଣେ ଗାଡି ଚାଳକ ଗିରଫ 

Sunil Chandra Nayak

Leave a Comment

error: Content is protected !!