ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ରେ ସମ୍ବିଧାନ ଦିବସ ପାଳିତ 

ଧର୍ମଗଡ ରେ ସମ୍ବିଧାନ ଦିବସ ପାଳିତ 

କଳାହାଣ୍ଡି ଜିଲ୍ଲା ଧର୍ମଗଡ ଚାରିଛକ ସ୍ଥିତ ଆମ୍ବେଦକର ପ୍ରତିମୂର୍ତ୍ତି ନିକଟରେ ୭୫ ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଅଲ ଓଡିଶା ସିଡୁଲ୍ଡ କାଷ୍ଟ ଫେଡେରେସନ ଧର୍ମଗଡ ଏବଂ ଏସସି ଏସଟି ଓବିଶି ମିଳିତ ମଞ୍ଚ ଆନୁକୂଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ଉପଜିଲ୍ଲାପାଳ ଧିମାନ ଚୋକମା, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ତହସିଲଦାର ଅଜିତ କୁମାର ମହନ୍ତ ପ୍ରମୁଖ ଉପସ୍ଥିତ ରହି ସମ୍ବିଧାନ ପ୍ରଣେତା ଡ଼ ବାବାସାହେବ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ଓ ଦ୍ବିପ ପ୍ରଜ୍ବଳନ ସହିତ ପ୍ରିଏମ୍ବୁଳ ପଠନ କରାଯାଇଥିଲା. ଦେଶରେ ଶାସନ ପାଇଁ ସମ୍ବିଧାନ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇଥାଏ। ସମ୍ବିଧାନ ହେଉଛି ଏମିତି ଏକ ବିଚାରଧାରା ଯାହା ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ଏକତ୍ର ବାନ୍ଧି ରଖିଥାଏ । ସମ୍ବିଧାନ ଦ୍ବାରା ଦେଶର ପ୍ରତ୍ୟେକ ନାଗରିକଙ୍କୁ ସମାନ ଅଧିକାର ପ୍ରଦାନ କରେ ଏବଂ ସେମାନଙ୍କୁ ସମାନ ନିୟମରେ ବାନ୍ଧି ରଖିଥାଏ ବୋଲି ଅତିଥି ମାନେ ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ ରେ ସଙ୍ଘ ର ସାଧାରଣ ସମ୍ପାଦକ ପ୍ରଭାକର ଜାଲ, ଢଗ ନାଏକ, ବିଦୁର ଜାଲ, କୀର୍ତ୍ତନ ଯାଦବ, ଡମ୍ବରୁଧର ଲହଜଳ, ଡାକେ ଲହଜଳ, ସମିତି ସଭ୍ୟ ପ୍ରତିନିଧି ଜୀବନ୍ତ ମାଝୀ, ସତ୍ୟବାନ ନାଏକ, ଚକ୍ରଧର ବେନୁପାଣି, ଫୁଲେଶ୍ୱର ସେନାପତି ଦେବାର୍ଚ୍ଚନ ସେଠିଆ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ଜିଲ୍ଲା ଆଇନଶୃଙ୍ଖଳା ପରିଚାଳନା ବୈଠକ

Sunil Chandra Nayak

ପ୍ରଶାନ୍ତଙ୍କ ହୃଦଘାତରେ ମୃତ୍ୟୁ

Sunil Chandra Nayak

ଵିଷମ କଟକ ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

masiha

Leave a Comment

error: Content is protected !!