ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା

ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା 

ନବରଙ୍ଗପୁର( ୨୭/୧୧/୨୪)(ରବି ନାରାୟଣ ମହାନ୍ତି)ଧରାକୋଟ ନିକଟସ୍ଥ ମୁଣ୍ଡମରାଇ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏକ ମଶାଲ ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା । ଏହି ଉପଲକ୍ଷେ ସଭାପତି ଯୋଗେନ୍ଦ୍ର ସାସମଲ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତହସିଲଦାର ଲମ୍ବୋଦର ମାରାଣ୍ଡି କ୍ରୀଡା ଧ୍ଵଜା ଉତ୍ତୋଳନ କରିବା ସହ ପ୍ରଦୀପ ପ୍ରଜ୍ବଳନ କରିଥିଲେ । ମୁଖ୍ୟ ବକ୍ତା ଭାବେ ସମ୍ପାଦକ ଚିଦାନନ୍ଦ ପାତ୍ର,ସମ୍ମାନିତ ଅତିଥି ଭାବେ ଉପ ସଭାପତି ବିଧୁ ଭୂଷଣ ରାଉତ,ସହ ସମ୍ପାଦକ ରାଜେନ୍ଦ୍ର ସାହୁ,କୋଷାଧ୍ୟକ୍ଷ ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ। ଶିକ୍ଷା ବିକାଶ ସମିତି ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବ କୁ ପ୍ରଧାନ ଆଚାର୍ଯ୍ୟ ମହେଶ୍ୱର ସ୍ୱାଇଁ ପରିଚାଳନା କରିଥିବା ବେଳେ କ୍ରୀଡା ଶିକ୍ଷକ ଗଣେଶ ଚନ୍ଦ୍ର ପାତ୍ର ଙ୍କ ସମେତ ସମସ୍ତ ଗୁରୁଜୀ ଗୁରୁମା ଏଥିରେ ସହଯୋଗ ପ୍ରଦାନ କରିଥିଲେ। ଶିଶୁ ମାନଙ୍କ ମଧ୍ୟରେ ଆଗ୍ରହ ସହ ରୁଚି ବୃଦ୍ଧି,ଜୟ ପରାଜୟ ରେ ସମ ଭାବନା ସହ ସୁସ୍ଥ ଓ ନିରାମୟ ଜୀବନ ଯାପନ ପାଇଁ କ୍ରୀଡା ଅତୀବ ଜରୁରୀ ବୋଲି ଅତିଥି ମାନେ ମତପ୍ରକାଶ କରିଥିଲେ। ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦୌଡ଼,ଲମ୍ବା ଡିଆଁ, ଡିଷ୍କସ, ସଟ ଫୁଟ, ବାଟି ଚାମଚ, ଲକ୍ଷ୍ୟ ଭେଦ ଭଳି ସତୁରୀ ରୁ ଅଧିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ( ମ ନି ସ ) 

Related posts

କବିବର ପରିଡାଙ୍କ ବିୟୋଗରେ ଶୋକ ସଭା 

Sunil Chandra Nayak

ବନ୍ଧୁଗାଁ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରକୁ କାୟା କଳ୍ପ ନିର୍ଦ୍ଧାରଣ କମିଟିର ପରିଦର୍ଶନ

Sunil Chandra Nayak

ପ୍ରଧାନମନ୍ତ୍ରୀ ଆବାସ ସମ୍ଭାବ୍ଯ ତାଲିକା ପ୍ରକାଶ ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ

Sunil Chandra Nayak

Leave a Comment

error: Content is protected !!