ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅନୁଷ୍ଠିତ ହେଲା ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ

ଅନୁଷ୍ଠିତ ହେଲା ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ

୨୦୫ଟି ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ, ଏବଂ ଆରକ୍ଷୀ ଅଧିକ୍ଷକ; ୧୦ଟି ଅଭିଯୋଗର ହେଲା ତତ୍କାଳ ସମାଧାନ

 ମୟୂରଭଞ୍ଜ -ତା ୦୨./୧୩ ( ମସିହା)ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ (ଭା. ପ୍ର.ସେ.), ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ (ଭା.ପୋ.ସେ.) ,ସୋମବାର ଦିନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ହୋଇଥିବା ଜନଶୁଣାଣୀ ବୈଠକରେ ଯୋଗଦାନ କରି ବାରିପଦା ଉପଖଣ୍ଡର ୧୦ଟି ବ୍ଲକ ଏବଂ ସଦରମହକୁମାର ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଛନ୍ତି। ଏହି ଜନଶୁଣାଣୀ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ (ଭା. ପ୍ର.ସେ.), ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଓ.ପ୍ର.ସେ.,(ବ), ବାରିପଦା ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଈଶ୍ବର ଚନ୍ଦ୍ର ନାୟକ (ଓ.ପ୍ର.ସେ.), ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଶାନ୍ତନୁ କୁମାର ନାୟକ, ଓ.ପ୍ର.ସେ.,(ବ)ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିଲା I 

ଏହି ଶିବିରରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକ୍ଷକ, ଡାଃ ବିଜୟ କୁମାର ଦାଶ ଯୋଗଦେବା ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ I ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୨୦୫ଟି ଅଭିଯୋଗ ଶୁଣାଣି ହୋଇଥିଲା । ସମସ୍ତ ଅଭିଯୋଗ ମାନଙ୍କ ମଧ୍ୟରେ ମୁଖ୍ୟତଃ ଉପଖଣ୍ଡର ବିଭିନ୍ନ ସ୍ଥାନରେ ଜଳ ଯୋଗାଣ, ଜମି ସୀମାଙ୍କନ, ଜଙ୍ଗଲ ଜମି ପଟ୍ଟା ଆବଣ୍ଟନ ସ୍ୱାସ୍ଥ୍ୟଗତ ଏବଂ ଚିକିତ୍ସା ଜନିତ ଆବଶ୍ୟକ ସୁବିଧା ଗମନାଗମନ, ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା, ବାସଗୃହ ଜନିତ ସମସ୍ୟା ଗୁଡ଼ିକ ସର୍ବାଧିକ ଥିଲା। 

ଉକ୍ତ ଅଭିଯୋଗ ମଧ୍ୟରୁ ୧୭୫ ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୨୩ ଗୋଟି ସାମୁହିକ ସମସ୍ୟା ସମ୍ବଳିତ ବିଷୟରେ ଆଧାରିତ ଥିଲା I ସେଥିମଧ୍ୟରୁ ୧୦ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ, ସର୍ବମୋଟ ୫ ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୨,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା ବେଳେ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୮୧୫୦ ଟଙ୍କା ପ୍ରଦାନ କରାଯାଇଛି। 

ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଭିନ୍ନକ୍ଷମ ଦମ୍ପତି ଶ୍ରୀ ବିନାଶ ଦିଗର ଓ ଶ୍ରୀମତୀ କୁନି ନାଏକଙ୍କୁ ବିବାହ ପ୍ରୋତ୍ସାହନ ରାଶି ବାବଦକୁ ୨,୫୦,୦୦୦/- ଆର୍ଥିକ ସହାୟତା, ଭିନ୍ନକ୍ଷମ ସନ୍ତାନ ଅଶ୍ବିନୀ କୁମାର ଘୋଷ, ବଡ଼ସାହି ବ୍ଲକ କୁ ୨୬,୦୦୦/- ଟଙ୍କ। ଛାତ୍ର ଵୃତ୍ତି ପ୍ରଦାନ କରାଯାଇଥିଲା । 

ଆଜିର ଶୁଣାଣୀରେ ବିଭିନ୍ନ ବିଭାଗ ପାଇଁ ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ସରକାରଙ୍କର ବିଭିନ୍ନ ଯୋଜନା ଅନୁଯାୟୀ ଆବାସ ସହାୟତା, ଜଳ ନିଷ୍କାସନ ବ୍ୟବସ୍ଥା ଆଦି ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ I ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

 

Related posts

ଗୋଲାପ ଫୁଲ ଦେଇ ସଡକ ସୁରକ୍ଷା ସଚେତନତା 

masiha

ଅଜଣା ବାଇକ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବୀରେ ଜାତୀୟ ରାଜପଥ ଅବରୋଧ 

masiha

ନୂତନ ବର୍ଷ ଉପଲକ୍ଷେ ଅନନ୍ୟାର ଅନଲାଇନ କବିତା ଆସର, ପର୍ଯ୍ଯବେକ୍ଷଣରେ ବାଲେଶ୍ଵର 

Sunil Chandra Nayak

Leave a Comment

error: Content is protected !!