ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୁଜରାଟରୁ ଉଦ୍ଧାର ହୋଇ ଫେରିଲେ ୯ଜଣ ଶ୍ରମିକ

ଗୁଜରାଟରୁ ଉଦ୍ଧାର ହୋଇ ଫେରିଲେ ୯ଜଣ ଶ୍ରମିକ 

ରାୟଗଡ଼ :-ତା. ୪/୧୨-ଗୁଜରାଟ ରେ କାମପାଇଁ ଯାଇଥିବା ରାୟଗଡ ଜିଲ୍ଲାର ୯ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଘରକୁ ଫେରାଇ ଆଣିଲା ଜିଲ୍ଲାପ୍ରଶାସନ l ଏହି ଶ୍ରମିକ ମାନେ ଗୁଜରlଟର ଏକ କମ୍ପାନୀରେ କାମ କରିବା ପାଇଁ ଯାଇଥିଲେ l କମ୍ପାନୀ ଦ୍ୱାରା ସେଠାରେ ସେମାନଙ୍କୁ ଅଟକ ରଖାଇଯାଇଥିଲା l କୌଣସି ସୂତ୍ରରୁ ଜିଲ୍ଲାଶ୍ରମ ବିଭାଗ ଖବର ପାଇ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ପ୍ରଚେଷ୍ଟାରେ ରାଜ୍ୟ ସରକାରଙ୍କ ଶ୍ରମବିଭାଗ ତରଫରୁ ଗୁଜୁରାଟ ସରକାରଙ୍କ ସହିତ ଯୋଗାଯୋଗ କରି ସେମାଙ୍କୁ ଉଦ୍ଧlର କରାଯାଇ ଟ୍ରେନ ଯୋଗେ ରାୟଗଡକୁ ପଠାଇଥିଲେ l ଉଦ୍ଧାର ହୋଇଥିବା ଶ୍ରମିକ ମାନଙ୍କ ମଧ୍ୟରୁ ଵିଷମ କଟକ ବ୍ଲକର ୬ଜଣ ଓ କାଶୀପୁର ବ୍ଲକରୁ ୩ବୋଲି ଜିଲ୍ଲା ଶ୍ରମ ଅଧିକାରୀ ଗୋପାଳ ମଙ୍ଗରାଜ ସୂଚନା ଦେଇଥିଲେ l ଏହି ଘଟଣା ଏବେ ତଦନ୍ତ ପରିସରଭୁକ୍ତ ରହିଅଛି ଓ ଏଥିରେ ସମ୍ପୃକ୍ତ ଥିବା ଦଲାଲ କୁ ଚିନ୍ହଟ କରାଯିବା ସହିତ ଶ୍ରମିକ ମାନଙ୍କ ର ବକେୟା ଥିବା ପ୍ରାପ୍ୟ ପ୍ରଦାନ କରାଯିବା ସମ୍ବନ୍ଧୀୟ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟାଧୀନ ରହିଛି।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଶାନ୍ତି ଶୃଙ୍ଖଳା ସହ ଛତର ଯାତ୍ରା ପାଳନ ପାଈଁ ବୈଠକ 

masiha

ଭୁର୍ଷାଗୁଡା ମତଦାନ କେନ୍ଦ୍ର ପାଇଁ ବ୍ଲକ ପ୍ରଶାସନ ର ଦ୍ୱାରସ୍ଥ ହେଲେ ଭୁର୍ଷାଗୁଡା ଗ୍ରାମବାସୀ

masiha

ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ କବିଚନ୍ଦ୍ର କାଳିଚରଣ ପଟ୍ଟନାୟକ ସ୍ମୃତି ଯୁବ ପ୍ରତିଭା-୨୦୨୪ ପୁରଷ୍କାର ପାଇଲେ ବାମନଘାଟୀ ଉପଖଣ୍ଡର ଶିବ କୁମାର ମହାନ୍ତ

Sunil Chandra Nayak

Leave a Comment

error: Content is protected !!