ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୁଣପୁର ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଗୁଣପୁର ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ଗୁଣପୁର / ରାୟଗଡ : ୦୯/୧୨/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡ ଜିଲ୍ଲାପାଳ, ଶ୍ରୀମତୀ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ କିରନ ଦୀପ କୌର ସହୋତା, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

       ଆଜି ମୋଟ ୬୧ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୪୬ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ଆଜି ଦୁଇ ଜଣଙ୍କ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଚାଳିଶି ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଦୁଇ ଜଣଙ୍କୁ ବାର୍ଦ୍ଧକ ଭତ୍ତା ମଞ୍ଜୁର କରି ଜିଲ୍ଲାପାଳ ପ୍ରଦାନ କରିଥିଲେ ।ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ପାରିବାରିକ ସମସ୍ୟା , କୃଷି ସମସ୍ୟା, ରାସ୍ତା ତିଆରି, ବିଦ୍ୟୁତ ଯୋଗାଣ, ମଣ୍ଡି ପରିଚାଳନା ଜଳସେଚନ, ଭତ୍ତା, ଅଙ୍ଗନବାଡି ଗୃହ ନିର୍ମାଣ ଓ ଅନ୍ୟାନ ସମସ୍ୟା ଉପସ୍ଥାପିତ ହୋଇଥିଲା ।

 ଏହି ଅଭିଯୋଗ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଚିନ୍ମୟ ମହାନନ୍ଦ, ଅଭିଯୋଗ ଶୁଣାଣି ଅଧିକାରୀ ସୁସ୍ମିତା ପଟନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଗୁଣପୁର ଶୁଭ୍ରlଞ୍ଜଳି ପ୍ରଧାନ, ତହସିଲଦାର ଗୁଣପୁର ଲୀଳାବତୀ ଆଚାର୍ଜି, ଉଦ୍ୟାନ କୃଷି ଉପ ନିର୍ଦ୍ଧେଶକ ଦୟାନିଧି ରାଉତ, ଜିଲ୍ଲା ମଙ୍ଗଳ ଅଧିକାରୀ ଭlରତ ଭୂଷଣ ବିଶ୍ୱାଳ,ଜିଲ୍ଲା ଶ୍ରମ ଅଧିକାରୀ, ଗୋପାଳ ମଙ୍ଗରାଜ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହୀ, ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ, ଅବକାରୀ ଅଧିକ୍ଷକ, ସୁଶାନ୍ତ କୁମାର ଧଳ ସାମନ୍ତ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଗୁଣପୁର ଆଦର୍ଶ ଥାନା ଅଧିକାରୀ ଉତ୍ତମ କୁମାର ସାହୁ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିବା ବେଳେ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ନନ୍ଦିତା ଶବର, ବିନୋଦ ଶବର, ଗଣେଷ ସାହୁ, ତପନ ରଥ, ଯସ୍ମୀନ ଭୂୟାଁ, ଅନନ୍ତ ପାତ୍ର ଆଦି କର୍ମଚାରୀ ସହଯୋଗ କରିଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଇନ୍ଦିରାଛକ ବାଇକ ଓ ବାଇକ ମୁହାଁମୁହିଁ ଧକ୍କା : ଜଣେ ଯୁବକ ଆହତ

masiha

ବିଭିନ୍ନ ସମସ୍ୟା ନେଇ ଏମ ସି ଏଲ ସି ଏମ୍ ଡି ଙ୍କ ସହିତ ମହେଶ ଙ୍କ ଆଲୋଚନା 

Sunil Chandra Nayak

ସଦେଇବରେଣୀ କଳାକୃତି ଗ୍ରାମରେ ନୌକାବିହାର ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!