ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ମୋଟ ୭୮ ଟି ଅଭିଯୋଗ ର ହେଲା ଶୁଣାଣୀ.

 ମୟୂରଭଞ୍ଜ :ତା ୦୯-/୧୨ ( ମସିହା)ଆଜି ମୟୂରଭଞ୍ଜ ଜିଲ୍ଲାର ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି.।

ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସ.ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ.,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ,ରାଇରଙ୍ଗପୁର ଚିକିତ୍ସାଳୟ ର ଅଧିକ୍ଷକ ଡାକ୍ତର ରବୀନ୍ଦ୍ର କୁମାର ମାରାଣ୍ଡି ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ . ।

ପ୍ରାରମ୍ଭ ରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ.।

ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୭୮ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୫୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୩ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଟ. ୫୦୦୦/- ଙ୍କା ଏବଂ ଅନ୍ୟ ଜଣଙ୍କୁ ରେଡକ୍ରସ ରୁ ଟ.୨୦୦୦/- ଙ୍କା ମଂଜୁର କରିଥିଲେ। 

ଏହା ଛଡା ମୋଟ ୬ ଗୋଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା।ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ. ।ବିଶେଷତଃ ଆବାସ ଯୋଜନା, ଗ୍ରାମକୁ ବିଦ୍ୟୁତ ସଂଯୋଗ, ରାଇରଙ୍ଗପୁର ଶ୍ମଶାନ ଛକରୁ ରାଉତଖମାର ରାସ୍ତା ଉପରେ ଭାରିଯାନରହଣି, ରାଇରଙ୍ଗପୁର ମହାବିଦ୍ୟାଳୟ ଛକରୁ ନାଗଭଣ ଇଡକୋ ବିପର୍ଯ୍ୟସ୍ତ ରାସ୍ତା ,ଆବାସ ଯୋଜନା ହଡ଼ପ, ସ୍ବାସ୍ଥ୍ୟ ସେବା ,୫ ଟି ସ୍କୁଲର ସଫେଇ ଦାୟିତ୍ଵରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀ ଙ୍କ ୮ ମାସ ହେଲା ବକେୟା ପ୍ରାପ୍ୟ ,ଭତ୍ତା ଇତ୍ୟାଦି ।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.।

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ଵାଳ ଙ୍କ ରିପୋର୍ଟ୍ 

Related posts

ଜିଲ୍ଲା ସ୍ତରୀୟ ଜେ ଆର ସି ଶିବିର ରେ ଧରାକୋଟ ର ଚାରି ପୁରସ୍କୃତ 

Sunil Chandra Nayak

ସାଧୁତା ସମ୍ମାନ – ୨୦୨୪ ପାଇଲେ ଯୁବ ସମାଜସେବୀ ସରୋଜ ବାରିକ 

masiha

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ତମାଖୁ ବର୍ଜନ ସଚେତନତା ଓ ଶପଥ ଗ୍ରହଣ କାର୍ଯ୍ୟକ୍ରମ      

Sunil Chandra Nayak

Leave a Comment

error: Content is protected !!