ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ମାନବ ଅଧିକାର ଦିବସ ପାଳିତ

ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ମାନବ ଅଧିକାର ଦିବସ ପାଳିତ

ରାୟଗଡା :- ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୧୦-୧୨-୨୦୨୪ ରିଖ ମଙ୍ଗଳବାର ଦିନ ଘ.୧୦.୦୦ମି ରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଗାୟତ୍ରୀ ନଗର, ରାୟଗଡା ପରିସରରେ ମାନବ ଅଧିକାର ଦିବସ ପାଳିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ବାରଆସୋସିଏସନର ଓକିଲ ଶ୍ରୀମତି ପ୍ରଣତି ପାତ୍ର, ଜିଲ୍ଳା ଆଇନସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର ଶ୍ରୀ ଦେବରାଜ ନାଏକ, ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ଗାୟତ୍ରୀ ନଗର, ରାୟଗଡା ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ମନୋରଞ୍ଜନ ଦାସ ଓ ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ ପ୍ରମୁଖ ମଞ୍ଛାସୀନ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ଅଭିଭାଷଣରେ ସମ୍ବିଧାନର ବିଭିନ୍ନ ଧାରା ରେ ବର୍ଣ୍ଣିତଥିବା ମାନବ ଅଧିକାର ଓ କର୍ତ୍ତବ୍ୟ ବିଷୟରେ ଆଲୋକପାତ କରିବା ସଙ୍ଗେସଙ୍ଗେ ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ମାନେ ନିଜ ଭିତରେ ଲୁକ୍କାୟିତ ଥିବା ପ୍ରତିଭାର ଅନ୍ବେଶଣ କରି ତାର ପରିପ୍ରକାଶ କରିପାରିଲେ ଏକ ଆଦର୍ଶ ସମାଜ ଗଠନ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ I ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜର ଅଭିଭାଷଣରେ ମାନବ ଅଧିକାର ଦିବସ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ I ପରିଶେଷରେ ପିଲାମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା କରାଯାଇ ପୁରସ୍କାର ବଣ୍ଟନ କରାଯାଇଥିଲା I ସର୍ବୋପରି ଏହି କାର୍ଯ୍ୟକ୍ରମରେ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ଛାତ୍ର ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଜନଜାତୀୟ ଗୌରବ ଦିବସ ପାଳିତ

Sunil Chandra Nayak

ଉଦଯାପିତ ହେଲା ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ତରଫରୁ ଅନୁଷ୍ଠିତ ଶିଶୁ ମହୋତ୍ସବ 

masiha

କଳାକାର ଭବନ ନିର୍ମାଣ ପାଇଁ କଳାକାରଙ୍କ ପକ୍ଷରୁ ଦାବୀପତ୍ର ପ୍ରଦାନ

masiha

Leave a Comment

error: Content is protected !!