ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମାନଝରୀ ବିଦ୍ୟାଳୟ ଠାରେ ଅଷ୍ଟମ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଗୋଳାମୁଣ୍ଡା/ମସିହା/୨୧/୪/କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମନଝରୀ ଠାରେ ଅଷ୍ଟମ ଶ୍ରେଣୀ ପଢିସାରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା କରାଯାଇଥିବା ଦେଖିବାକୁ ମିଳିଛି. କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିରେଖା ମହାପାତ୍ର ଙ୍କ ସଭାପତିତ୍ତ୍ଵ ରେ ମୁଖ୍ୟ ଅତିଥି ଭାବରେ ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ନବ କିଶୋର ସାହୁ,ସମ୍ମାନିତ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଜଗୁଜୀବନ ଅଘରିଆ, ସମାଜସେବୀ ଶ୍ୟାମ ସୁନ୍ଦର ଅଗ୍ରୱାଲ, ବିଦ୍ୟାଳୟ ପରିଚାଳନା ସଭାପତି ତିଳକରାମ ପଟେଲ,ପ୍ରମୁଖ ଉପସ୍ଥିତ ରହି ମଞ୍ଚାସିନ ଥିଲେ ଏବଂ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ କାମନା କରିଥିଲେ.ପ୍ରଧାନ ଶିକ୍ଷୟିତ୍ରୀ ଉଦେଶ୍ୟ ଜ୍ଞାପନ କରିଥିବା ବେଳେ ଶିକ୍ଷକ ଉପେନ୍ଦ୍ର କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ. ଏହି ଅବସରରେ ସମାଜସେବୀ ଶ୍ୟାମସୁନ୍ଦର ଅଗ୍ରୱାଲ ଙ୍କ ଦ୍ୱାରା 50 ଜଣ ଛାତ୍ରଛାତ୍ରୀ ମାନଙ୍କୁ ଖାତା ଓ କଲମ ପ୍ରଦାନ କରାଯାଇଥିଲା. ପରିଶେଷରେ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା.

ଗୋଳାମୁଣ୍ଡା ବ୍ଲକରୁ ରାମକୁମାର ସେନାପତି ଙ୍କ ରିପୋର୍ଟ।

Related posts

ବାଲାଜି ସେଠୀ ଙ୍କ କବିତା ଦେହ ଆଉ ମନ 

Sunil Chandra Nayak

ଶ୍ରୀମତୀ ପ୍ରିୟଦର୍ଶିନୀ ମିଶ୍ର  ଙ୍କ କବିତା ସତ୍ୟମ୍- ଶିବମ୍-ସୁନ୍ଦରମ୍

Sunil Chandra Nayak

ରୁପ୍ରା ପେକ୍ସ୍ ର ସଭାପତି ଭାବରେ ସରୋଜ ରାଉତ ନିର୍ଦ୍ଵନ୍ଦରେ ନିର୍ବାଚିତ

Sunil Chandra Nayak

Leave a Comment

error: Content is protected !!