ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭେଜିପଦର ଉ :ପ୍ରା :ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭେଜିପଦର ଉ :ପ୍ରା :ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭବାନୀପାଟଣା-୨୩/୧୨-ଭବାନୀପାଟଣା ବ୍ଲକ ଅନ୍ତର୍ଗତ ତେନ୍ତୁଳୀଖୁଣ୍ଟି କ୍ଲଷ୍ଟର ଅଧୀନ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ସୋମବାର ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟଅତିଥି ଭାବରେ ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ, ମୁଖ୍ୟବକ୍ତା ଭବାନୀପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରୀ ଶବର, ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୃଷିକେଶ ନାଏକ, ଅନ୍ୟତମ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗଦୀଶ ମୁଣ୍ଡ, ସ୍ଥାନୀୟ କଲେଜ ଛକ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର ଶାଖା ପରିଚାଳକ ସୁମିତ କୁମାର ନାଗ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୂର୍ଯ୍ୟ ନାରାୟଣ ମହାନ୍ତି, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ହିମାଞ୍ଚଳ ପାଣ୍ଡେ ଯୋଗଦାନ କରିଥିଲେ l ପ୍ରଧାନଶିକ୍ଷକ ମନୋଜ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ ମଞ୍ଚ ପରିଚାଳନା କରିଥିଲେ l ଡିସେମ୍ବର ୧୭ ଓ ୧୮ ତାରିଖ ରେ ବିଦ୍ୟାଳୟରେ ଆୟୋଜିତ ବାର୍ଷିକ କ୍ରୀଡା ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା l ଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ସହ ଶିକ୍ଷୟିତ୍ରୀ ସ୍ଵାଗତିକା ନେଗୀ ଓ ସହଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ ସଂଯୋଜନା କରିଥିଲେ l କାର୍ଯ୍ୟକ୍ରମକୁ ସଫଳ କରିବାରେ ବିଦ୍ୟାଳୟର ସହଶିକ୍ଷକ ପଦ୍ମନାଭ ମହାନନ୍ଦ, ଚିନ୍ମୟ ମହାନ୍ତି, ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ପରିଚାଳନା କମିଟି ସଭ୍ୟସଭ୍ୟା, ପାଚିକା ଲୟା ଗଉଡ଼, କୁମାରୀ ମାଝୀ ଓ ଗ୍ରାମବାସୀ ସହଯୋଗ କରିଥିଲେ l 

ପ୍ରଦିପ କୁମାର ସେନାପତି ଙ୍କ ରିପୋର୍ଟ 

Related posts

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ  ଏବଂ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ର ମିଳିତ ସହଯୋଗରେ ଦିଶା ଯୋଜନା ଅଧିନରେ ଆଇନ୍ ସାକ୍ଷରତା ଏବଂ ସଚେତନତା ଶିବିର

Sunil Chandra Nayak

ସରକାର ଓଡିଶାର ସମସ୍ତ ଚାଷୀଙ୍କଠାରୁ କୃଷିଋଣ ଛାଡ଼କରିବାକୁସମାଜବାଦୀ ପାର୍ଟିର ଦାବି

masiha

ବାରବାଟୀରେ ବନ୍ଦ ହୋଇଗଲା ଫ୍ଲଡ ଲାଇଟ୍ ଅଧାରୁ ବନ୍ଦ ହେଲା ମ୍ୟାଚ 

masiha

Leave a Comment

error: Content is protected !!