ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ବ୍ଲକ ର ସମସ୍ତ ପଞ୍ଚାୟତ ରେ ପେସା ଦିବସ ତଥା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ 

ଡାବୁଗାଁ ବ୍ଲକ ର ସମସ୍ତ ପଞ୍ଚାୟତ ରେ ପେସା ଦିବସ ତଥା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଡାବୁଗାଁ, ୨୪/୧୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ସମସ୍ତ ୧୨ ଗୋଟି ପଞ୍ଚାୟତ କାର୍ଯ୍ୟ|ଳୟ ପରିସରରେ ପେସା ଦିବସ ତଥା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ସମସ୍ତ ପଞ୍ଚାୟତର ସରପଞ୍ଚ ମାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଗ୍ରାମ ସଭାର ଭୂମିକା, ପେସା ଆଇନ, ପେସା ଆଇନର ନିୟମାବଳୀ, ଜଙ୍ଗଲ ଜମି ଅଧିକାର ଆଇନ, ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ ଯୋଜନା, ସ୍ୱାସ୍ଥ୍ୟ ବିଭାଗର ଯୋଜନା, ପରିବେଷ ସୁରକ୍ଷା, ଲଘୁ ବନଜାତ ଦ୍ରବ୍ୟର ସୁପରିଚାଳନା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ ବିଭାଗର ଯୋଜନା ସମ୍ବନ୍ଧରେ ସଂପୂର୍ଣ୍ଣ ବିବରଣୀ ଜନସାଧାରଣ ଙ୍କୁ ବୁଝାଯାଇଥିଲା | ଏଥିରେ ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଅଙ୍ଗନୱାଡି ସୁପରଭାଇଜର ପ୍ରଣମିତା ପଟ୍ଟନାୟକ, ରୋଜାଲିନ ପ୍ରଧାନ, ସାଇରା ବାନୁ ଓ ବିମଳା କୁମାରୀ ନାୟକ, ରାଜସ୍ୱ ନିରିକ୍ଷକ ଚୈତନ୍ୟ ବେହେରା, ଗଙ୍ଗାଧର ମହାଙ୍କୁଡ ଓ କେ. ମାଦଲସା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ, ଅର୍ଜୁନ ଭତ୍ରା, ହଳଧର ଜାନୀ, ଦିବ୍ୟଶଙ୍କର ପୂଜାରୀ, ରୂପାଲୀ ମଣ୍ଡଳ ଓ କାମିନୀ ହରିଜନ,ସମସ୍ତ ସମିତି ସଭ୍ୟା ସଭ୍ୟ, ୱାର୍ଡ ସଭ୍ୟା ସଭ୍ୟ,ଏସିଡିଓ, ଗ୍ରାମ ରୋଜଗାର ସେବିକା/ସେବକ, ଅତିରିକ୍ତ ରାଜସ୍ୱ ନିରିକ୍ଷକ, ଅମିନ, ବନରକ୍ଷୀ, ଅଙ୍ଗନୱାଡି କର୍ମୀ, ସ୍ୱାସ୍ଥ୍ୟ କର୍ମୀ, ଆଶା କର୍ମୀ ଓ ଗ୍ରାମ ବାସୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ଉପରେ ହୋଇଥିବା ଆକ୍ରମଣକୁ ରାଜ୍ୟ ସରପଂଚ ସଂଗଠନର ବୈଠକରେ ନିନ୍ଦା

Sunil Chandra Nayak

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି କମିଟି ବୈଠକ

masiha

ଉଦୟ ପ୍ରତାପ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

Sunil Chandra Nayak

Leave a Comment

error: Content is protected !!