ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ପ୍ରାୟ ୭ ହଜାର ପ୍ରବାସୀ ଆସିବେ, ବର୍ତ୍ତମାନ ସୁଦ୍ଧା ୨୭୪୮ ଜଣ ଅତିଥିଙ୍କ ପଞ୍ଜିକରଣ
ପ୍ରଧାନମନ୍ତ୍ରୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ
ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି ଆସିବେ, ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ
ସହରର ସ୍ୱଚ୍ଛତା, ଶୃଙ୍ଖଳତା ସହ ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ନିବେଦନ

ଭୁବନେଶ୍ୱର 31.12.2024 // ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ । ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର । 

ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ । ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରି ସାରିଲେଣି । 

ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ( Ms Christine Carla Kangaloo) ଯୋଗଦେବେ । ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ । ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଶ୍ରୀ ଏସ୍ ଜୟ ଶଙ୍କର, ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଭୁତି ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ ।

ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି । ସେହିପରି ବିଦେଶରୁ ଆସୁଥିବା ଅତିଥି ମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି । ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି । ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ । 

ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବି.ଏମ୍.ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । 

 ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ । ଏହାର ଦୂରଦର୍ଶନରେ ସିଧା ପ୍ରସାରଣ ମଧ୍ୟ କରାଯିବ । ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି । ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ । ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି । ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି । 

ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି । 

ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

ଅକ୍ଷୟ ବିଶ୍ବାଳ ମସିହା ନିଉଜ 

Related posts

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାନୁୟାରୀ ୧୭ରୁ କରିହେବ ଆବେଦନ

Sunil Chandra Nayak

ଦେଶରେ ପ୍ରଥମ ଥର ହେଲା ଜଳସ୍ରୋତର ଗଣନା । ଓଡିଶାରେ ଅଛି ୧.୮୧ ଲକ୍ଷ ଜଳସ୍ରୋତ

Sunil Chandra Nayak

ପାହାଡପୁର ଠାରେ ମହାମହିମ ରାଷ୍ଟ୍ରପତି ଙ୍କ କରକମଳରେ ଏଲ ଏଣ୍ଡ ଟି ଦ୍ୱାରା ନିର୍ମିତ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଉଦଘାଟିତ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort