ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ : ତା ୦୬/୦୧/୨୦୨୫ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଖଣ୍ଡିୟ ବନ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ,ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ , ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୩୮ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୩୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୭ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ଓ ଆରୋକ୍ଷୀ ଅଧିକ୍ଷକ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ଥିବlହେତୁ ଅତିରକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଶିବିରକୁ ପରିଚାଳନା କରିଥିଲେ l 

ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ ନାୟକ, ରାୟଗଡ,ପିଏ ଆଇଟି ଡିଏ, ଚନ୍ଦ୍ରକାନ୍ତ ମାଝୀ,ଜିଲ୍ଲା ମଙ୍ଗଳ ଅଧିକାରୀ,ଶ୍ରୀମତୀ ଅସିମ ରାଓ , ରାୟଗଡ ପିଡି ୱାଟରସେଡ, ଡ଼ଃ ଦୟାନିଧି ବାଗ,ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ , ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ କୋଠାବାଡି, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲlକ୍ରୀଡା ଅଧିକାରୀ,ଶେଖ ଅଲେନୁର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଓରମାସର ଡେପୁଟି ସିଇଓ ମନୋଜ କୁମାର ପାତ୍ର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ସେବା ପର୍ବ ‘ ଉପଲକ୍ଷେ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପରିଯୋଗିତା ଅନୁଷ୍ଠିତ ବିକଶିତ ଭାରତର ରଙ୍ଗ, କଳା ମାଧ୍ୟମରେ

Sunil Chandra Nayak

ବାସିଙ୍ଗି ବଜାର ଛକରେ ଯାତ୍ରୀ ପ୍ରତିକ୍ଷାଳୟ ନିର୍ମାଣ ପାଇଁ ଗ୍ରାମବାସୀଙ୍କ ଦାଵି 

Sunil Chandra Nayak

ଆମ ଓଡ଼ିଶା ନବୀନ ଓଡ଼ିଶା ସହରୀ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

masiha

Leave a Comment

error: Content is protected !!