ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୭୬ ତମ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

୭୬ ତମ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ରାୟଗଡା / ୧୦/୦୧ : ରାୟଗଡା ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜ଼ିଲ୍ଲାପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଯୋଗଦାନ ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ଗତ ବର୍ଷର କାର୍ଯ୍ୟକ୍ରମ ବିବରଣୀ ପାଠ କରି ସଂଯୋଜନା କରିବା ସହ ଚଳିତ ବର୍ଷ ପାଇଁ ବୈଠକରେ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ପ୍ରସ୍ତାବ ଲୋଡିଥିଲେ | ସ୍ୱାଧୀନତା ଦିବସ ପାଳନ ଦିନ ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ରାମଧୂନ ପରିବେଷଣ କରାଯିବ । ସକାଳ ଘ ୭.୩୦ ମି ଠାରୁ ଘ. ୮ ଟା ମଧ୍ୟରେ ପ୍ରତ୍ୟେକ ସରକାରୀ, ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସେହିପରି ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଜିଲ୍ଲା ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସରେ ସକାଳ ଘ. ୮.୩୦ମି. ସମୟରେ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତଳୋନ କରାଯିବ | ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା ଓ ଦେଶାତ୍ମକବୋଧ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ। | ପ୍ୟାରାଡ଼ ପଡିଆରେ ବାରିକେଟ ଲଗାଇବା ସହ ଅନ୍ୟାନ୍ୟ ବ୍ୟବସ୍ଥା ପାଇଁ ପୂର୍ତ୍ତ ବିଭାଗ ସହ ଅନ୍ୟ ବିଭାଗକୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା | ଏହି ଦିବସ ପାଳନ ଅବସରରେ ବିଭିନ୍ନ ଅନୁଷ୍ଠାନରେ ଯଥା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରୋଗୀ,ଉପ କାରାଗାର , ସେବା ସମାଜ, ସ୍ୱାଧର ଗୃହର ଅନ୍ତେବାସୀ ଏବଂ ବରିଷ୍ଠ ନାଗରିକ ମାନଙ୍କୁ ଫଳ ଓ ମିଷ୍ଠlହ୍ନ ବଣ୍ଟନ କରାଯିବ l ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଡ଼ିଏସପି, ଡିଆଇବି, ଶ୍ରୀ ଭୀମସେନ ନାଏକ,ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କ କବିବର ଦେହୁରୀ, ରାୟଗଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷା,ଡ଼ଃ. ବବିଲତା ସରାଫ, ଜିସିଡ଼ି ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ,ମିନତି ପ୍ରଧାନ,ଅତିରକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ,ଡାକ୍ତର ମମତା ସାହୁ ,ଜିଲ୍ଲା ସଂସ୍କୃତି ଅଧିକାରୀ, ସୁସ୍ମିତା ବାଉରୀ,ଅଞ୍ଚଳିକ ପରିବହନ ଅଧିକାରୀ,ଶିବଶଙ୍କର ଚୌଧୁରୀ,ଜିଲ୍ଲା ଯୋଗାଣ ଅଧିକାରୀ, ଶ୍ରୀ ଦାଶରଥି ସୋରେନ,ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ର, ଜିଲ୍ଲା ମତ୍ସ୍ଯ ଅଧିକାରୀ ଜ୍ଞାନ ରଞ୍ଜନ ସେଠୀ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀକାନ୍ତ ପାଣିଗ୍ରାହୀ,ପୌର ପରିଷଦ, ଭେଙ୍କଟ ରାଓ, ବିନୋୟ ପରିଛl, ସହକାରୀ ଯନ୍ତ୍ରୀ, ଗ୍ରାମୀୟ ଜଳାଯୋଗାଣ ସଂସ୍ଥା, ମନୋଜ କୁମାର ନାୟକ,ବରିଷ୍ଠ ନାଗରିକ ବିନୋଦ ଚନ୍ଦ୍ର ପଣ୍ଡା, ଆଇନଜୀବୀ ବ୍ରଜସୁନ୍ଦର ନାୟକ, ସୁନୀଲ କୁମାର ପଣ୍ଡା, ଡା. ଏଲ ଏନ ସାହୁ,ସହକାରୀ ନିର୍ବାହୀ ଯନ୍ତ୍ରୀ, ହେମନ୍ତ କୁମାର ବେହେରା, ବେହେରା,ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ପୂର୍ତ୍ତ ବିଭାଗ, ଶ୍ରୀ ବରିଷ୍ଠ ଶିକ୍ଷକ, ନୀଳାଚଳ ମିଶ୍ର, ଜିଲ୍ଲା କ୍ରୀଡା ଅଧିକାରୀ,ଶେଖ ଆଲେନୁର, ପୂର୍ବତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଶ୍ରୀ ଜଳନ୍ଧର ପୁଷିକl, ସିଆରପିଫର, ପ୍ରସନ୍ନ କୁମାର ବାରିକ,ଏନସିସି ଶିକ୍ଷକ, ଶ୍ରୀ ଅଶୋକ କୁମାର ଦାଶ, ଆରବିଏମଏସର, ଅମରେନ୍ଦ୍ର ନାଥ,ଲେଫ୍ଟନାଣ୍ଟ ଉଦୟ ନାଏକ ଓ ଗଣମାଧ୍ୟମ ପ୍ରତିନିଧିମାନେ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଏବଂ ସହରର ମାନ୍ୟଗଣ୍ୟ ବ୍ୟକ୍ତି, ଉପସ୍ଥିତ ଥିଲେ । ଶେଷରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାମଚରିତ ମାନସ ପାରାୟଣ ଓ ପ୍ରବଚନ 

masiha

୧- ଭାର ସାମ୍ୟ ହରାଇ ୧୦ଫୁଟ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ ସହ ହେଲପର , ୨- ଆଇନ ସଚେତନତା ଶିବିର ଅନୁଷ୍ଠିତ 

masiha

ପ୍ରବଳ ବର୍ଷାରେ ଡାବୁଗାଁ ବେହାଲ 

masiha

Leave a Comment

error: Content is protected !!