ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ବିଧାୟକଙ୍କ ସମୀକ୍ଷା ବୈଠକ 

ଡାବୁଗାଁ ବିଧାୟକଙ୍କ ସମୀକ୍ଷା ବୈଠକ 

ଡାବୁଗାଁ, ୧୩/୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ସମସ୍ତ ବିଭାଗିୟ ଅଧିକାରୀ ମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକରେ ଚାଲୁଥିବା ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ମତ୍ସ୍ୟ, ଉଦ୍ୟାନ, ମହିଳା ଓ ଶିଶୁ ବିକାଶ, ପ୍ରାଣୀ ପାଳନ,ଜଙ୍ଗଲ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ବିଦ୍ୟୁତ, ମୃତ୍ତିକା ସଂରକ୍ଷଣ, ମିସନଶକ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଏମଜିଏନଆରଇଜିଏସ, ସାମାଜିକ ସୁରକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ଯୋଗାଣ ବିଭାଗ, ଲ୍ୟାମ୍ପ୍ସ ଆଦି ବିଭାଗରେ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ । ଏମଜିଏନଆରଇଜିଏସ ରେ ଅଧିକ ରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଭଳି ବିଭିନ୍ନ ବିଭାଗ ର ଅଧିକାରୀ ମାନଙ୍କ ସହ ଡାବୁଗାଁ ର ବିକାଶ ପାଇଁ ସମୀକ୍ଷା ବୈଠକ ରେ ଆଲୋଚନା କରିଥିଲେ । ଯେପରି ସବୁ ବିଭାଗ ରେ ଯୋଜନା ଗୁଡିକ ଠିକ ଭାବେ ରୂପାୟନ କରିବା ପାଇଁ ସମସ୍ତ ବିଭାଗର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ | ଏହି ବୈଠକରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବିଡ଼ିଓ ଶରତ ମାଝୀ, ସିଡିପିଓ ମିନତୀ ଦାଶ, ସହକାରୀ ନିବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ, ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଶ୍ରୀନିଗୋ ମୁର୍ମୁ, ସହକାରୀ କୃଷି ଅଧିକାରୀ ସୁଦେସ୍ନା ଧଳ, ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ସଙ୍ଗୀତା ସାମଲ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ସହକାରୀ ଯନ୍ତ୍ରୀ ଆନନ୍ଦ କୁମାର ମଣ୍ଡଳ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ, ଦିଲ୍ଲୀପ ଦୀପକ ମିଶ୍ର ଓ ଅଭିଳାଷ ନାୟକ ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଜନ୍ତାରିବୋଲ, କାମାକ୍ଷାନଗରରେ ସ୍ୱାଗତଉତ୍ସବ ମହାସମାରୋହରେ ପାଳିତ 

ରାଜ୍ୟ ସ୍ତରୀୟ ନାଟକ ଓ ଲୋକ କଳା ମହୋତ୍ସବ ଉଷତ୍ ଉଦଘାଟିତ

Sunil Chandra Nayak

ବିଦ୍ଯୁତ୍ ସ୍ପର୍ଶରେ ମହିଳା ମୃତ 

Leave a Comment

error: Content is protected !!