ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଜିଲ୍ଲାପାଳଙ୍କ ଜନଶୁଣାଣୀ ରେ୬୧ ଟି ଅଭିଯୋଗ ର ଶୁଣାଣୀ 

ରାଇରଙ୍ଗପୁରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଜିଲ୍ଲାପାଳଙ୍କ ଜନଶୁଣାଣୀ ରେ୬୧ ଟି ଅଭିଯୋଗ ର ଶୁଣାଣୀ 

ମୟୂରଭଞ୍ଜ :ତା ୧୩-୦୧ // ଆଜି ଜାନୁଆରୀ ମାସରେ ଦିତୀୟ ସୋମବାର ଦିନ ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣି ଜିଲ୍ଲାପାଳ ହେମକାନ୍ତ ମୋଦୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ଶିବିର ରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ଓ ରାଇରଙ୍ଗପୁର ଚିକିତ୍ସାଳୟ ର ଡାକ୍ତର ଦେବେନ୍ଦ୍ର ନାଥ ଟୁଡୁ ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇବା ସହ ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ ।

  ଆଜିର ଏହି ଜନଶୁଣାଣୀରେ ଜନସାଧାରଣ ଙ୍କ ଠାରୁ ମୋଟ ୬୧ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୫୧ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୧୦ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.।

ଏଥି ମଧ୍ୟରୁ ଆପତ୍ତି ଅଭିଯୋଗ ର ଗୁରୁତ୍ୱକୁ ବିଚାର କରି ଜିଲ୍ଲାପାଳ ଜଣଙ୍କୁ ରେଡକ୍ରସ ରୁ ଟ.୫୦୦୦/- ଙ୍କା ମଂଜୁର କରିଥିଲେ। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ.।

ଅନୁଷ୍ଠିତ ଉକ୍ତ ଶିବିର ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିକାଶ ରଂଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା.

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଆଦିକବି ସାରଳା ଦାସ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟର ବାର୍ଷିକ ଉତ୍ସବ

Sunil Chandra Nayak

ଓଡ଼ିଆ ସାହିତ୍ୟ ସଂସଦ ପକ୍ଷରୁ ଗୁରୁ ଦିବସ ଉପଲକ୍ଷେ କବିତା ପାଠୋତ୍ସବ ଅନୁଷ୍ଠିତ 

Sunil Chandra Nayak

ପ୍ରବଳ ବର୍ଷା ପରେ ପୁଣି କଳିଙ୍ଗା ଘାଟିରେ ଅଘଟଣ: ପଥର ଖସିବା ପରେ ନିର୍ମାଣ କାମ ବନ୍ଦ

Sunil Chandra Nayak

Leave a Comment

error: Content is protected !!